କରୋନା ପାଇଁ ଚାକିରି ହରାଇବେ ୨୫ ନିୟୁତ

ନୂଆଦିଲ୍ଲୀ,୧୯-୩: କରୋନା ଯୋଗୁ ସାରା ବିଶ୍ୱରେ ୨୫ ନିୟୁତ ଲୋକ ଚାକିରି ହରାଇବାର ଆଶଙ୍କା ଉପୁଜିଥିବା ଜାତିସଂଘ ପକ୍ଷରୁ ବୁଧବାର କୁହାଯାଇଛି। ଏହା ଯୋଗୁ ଅନେକଙ୍କ ନିଯୁକ୍ତି ସଙ୍କଟରେ ରହିଛି। କରୋନା ପ୍ରଭାବକୁ କମ୍‌ କରିବା ଲାଗି ମିଳିତ ହୋଇ ଯେଉଁ ଭଳି ଲଢିବାର ଆବଶ୍ୟକତା ରହିଛି ତାହା ଏବେ ପର୍ଯ୍ୟାପ୍ତ ନୁହେଁ ବୋଲି ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ ପକ୍ଷରୁ ଏକ ଅଧ୍ୟୟନରେ କୁହାଯାଇଛି। ଏହାବାଦ କରୋନା ଯୋଗୁ ଦାରିଦ୍ର୍ୟ ମଧ୍ୟ ବୃଦ୍ଧି ପାଇବ। ବିଶ୍ୱ ସ୍ତରରେ ଶ୍ରମିକମାନେ ୩.୪ ଲକ୍ଷ କୋଟି ଡଲାର ଆୟ ହରାଇବେ ବୋଲି ଏହାର ରିପୋର୍ଟରେ ଆକଳନ କରାଯାଇଛି। ନିଯୁକ୍ତି କମିବା ଦ୍ୱାରା ଲୋକଙ୍କ ଆୟରେ ହ୍ରାସ ଦେଖାଯିବ ବୋଲି ଅନ୍ତର୍ଜାତୀୟ ଶ୍ରମ ସଙ୍ଗଠନ କହିଛି। ୨୦୨୦ ଶେଷ ସୁଦ୍ଧା ଶ୍ରମିକ ମାନେ ୮୬୦ ବିଲିୟନ ଡଲାରରୁ ୩.୪ ଲକ୍ଷ କୋଟି ଡଲାର ଆୟ କରାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri