କରୋନା ପାଇଁ ସତର୍କ ପ୍ରଶାସନ

ଢେଙ୍କାନାଳ ଅଫିସ, ୧୮।୩ – କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ବିଶ୍ୱବ୍ୟାପୀ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଏହାକୁ ପ୍ରତିହତ କରିବାକୁ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ସଂକ୍ରମଣ ରୋକିବାକୁ ଡାକବାଜି ଯନ୍ତ୍ର ସହାୟତାରେ ପ୍ରଚାର କରାଯାଉଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଲାଇସେନ୍ସ୍‌ ଆବେଦନ ଏବଂ ଡ୍ରାଇଭିଂ ଟେଷ୍ଟ ଉପରେ କଟକଣା ଜାରି କରାଯାଇଛି। ସେହିପରି ବାହାର ରାଜ୍ୟରୁ ଜିଲାକୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖାଯାଇଛି।
ମାର୍ଚ୍ଚ ୧ରୁ ସଂଶୋଧିତ ଟ୍ରାଫିକ ନିୟମ ଲାଗୁ ହେବା ସତ୍ତ୍ୱେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭିଡ଼ କମୁନି। ଭିଡ଼କୁ ନିୟନ୍ତ୍ରଣ କରିବାକୁ ବିଭାଗ ପକ୍ଷରୁ ସାମୟିକ କଟକଣା ଜାରି କରାଯାଇଛି। ଏଣିକି ଦିନକୁ ୫୦ ଜଣ ଲେଖାଏ ଲାଇସେନ୍ସ ପାଇଁ ଆବେଦନ କରିବେ। ସେହିପରି ସମାନ ସଂଖ୍ୟକ ଗାଡ଼ି ଚାଳକ ଡ୍ରାଇଭିଂ ଟେଷ୍ଟ ଦେଇପାରିବେ ବୋଲି ନିୟମ କରାଯାଇଛି। କାର୍ଯ୍ୟାଳୟରେ ଆବେଦନକାରୀମାନେ ପରସ୍ପର ମଧ୍ୟରେ ଦୂରତା ରକ୍ଷା କରିବା, ମାସ୍କ ବ୍ୟବହାର କରିବାକୁ ସଚେତନ କରାଯାଉଛି। ସ୍ଥାନୀୟ ବସ୍‌ଷ୍ଟାଣ୍ଡ ଏବଂ ବାଜିଚୌକସ୍ଥିତ ଆହାର କେନ୍ଦ୍ରରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ଆହାର କେନ୍ଦ୍ରରେ ପଇସା ହାତକୁ ନ ଦେଇ ବାକ୍ସରେ ପକାଇବା ପାଇଁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଖାଇବାକୁ ଆସୁଥିବା ଲୋକମାନେ ସ୍ବଚ୍ଛତାକୁ ଗୁରୁତ୍ୱ ଦେବା, ନିଜ ନିଜ ମଧ୍ୟରେ ବ୍ୟବଧାନ ବଜାୟ ରଖିବାକୁ ପରାମର୍ଶ ଦିଆଯାଉଛି। ଲୋକମାନଙ୍କ ସୁବିଧା ପାଇଁ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଆହାର କେନ୍ଦ୍ର ଖୋଲା ରଖିବାକୁ କୁହାଯାଇଛି। ଜିଲାବାସୀଙ୍କୁ ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରଖିବାକୁ ୧୪୪ ଧାରା ଜାରି କରାଯାଇଛି। ଶପିଂମଲଗୁଡ଼ିକ ବନ୍ଦ କରାଯାଇଥିବାରୁ ଏହାର ପ୍ରଭାବ ଆଞ୍ଚଳିକ ଅର୍ଥନୀତି ଉପରେ ପଡ଼ିଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶରେ ତହସିଲଦାର ଲକ୍ଷ୍ମୀଧର ରାଉତ, ଅତିରିକ୍ତ ଯୋଗାଣ ବିଭାଗ ଅଧିକାରୀ ଅଜିତ କୁମାର ସୁବୁଦ୍ଧି ପ୍ରମୁଖ ଗ୍ରୋସରି ସାମଗ୍ରୀ ବିକ୍ରି କରାଯାଉଥିବା ଶପିଂ ମଲକୁ ଯାଇ ବ୍ୟବସାୟୀଙ୍କୁ ସଚେତନ କରାଇଛନ୍ତି। ଜରୁରୀ ତଥା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ କଳାବଜାରୀ ନ କରିବାକୁ ଅଧିକାରୀମାନେ କଡ଼ା ତାଗିଦ୍‌ କରିଛନ୍ତି। ଅନ୍ୟପଟେ ସହରବାସୀଙ୍କୁ ମଶା ଉପଦ୍ରବରୁ ସୁରକ୍ଷା ଦେବାକୁ ମଙ୍ଗଳବାର ମଶାଧୂଅଁା ଛଡ଼ାଯାଇଛି।
ଏ ନେଇ ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର କୁହନ୍ତି, ବାହାର ରାଜ୍ୟରୁ ଫେରୁଥିବା ଲୋକଙ୍କୁ ୧୪ଦିନ ଯାଏ ଘରୁ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ଜିଲାପାଳ କୁହନ୍ତି, ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri