କରୋନା ପାଇଁ ହାଣ୍ଡିକୁଡ଼ୁଆ ବିକ୍ରି ବନ୍ଦ: କୁମ୍ଭକାରଙ୍କୁ ଘାରିଛି ପରିବାର ଚିନ୍ତା

ପୁରୀ ଅଫିସ,୨୮ା୩: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଭୟାନକ ପରିସ୍ଥିତି ସୃଷ୍ଟି କରିଛି। ପ୍ରତିଦିନ ଶହଶହ ସଂଖ୍ୟାରେ ମୁଣ୍ଡ ନେଇ ଚାଲିଥିବା ଏହି ପ୍ରାଣଘାତୀ ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଲାଗି ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ବିବାହ, ଉତ୍ସବ ଆଦି ଉପରେ କଟକଣା ଲଗାଯାଇଥିବାରୁ ବଡ଼ଦେଉଳରେ ମହାପ୍ରସାଦ(ବରାଦି ଭୋଗ) ନେବା ପାଇଁ ଅର୍ଡର ଆସୁନାହିଁ। ଫଳରେ ଶ୍ରୀମନ୍ଦିରକୁ ହାଣ୍ଡିକୁଡୁଆ ଯୋଗାଣ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି। ଏହାର ପ୍ରଭାବ ପଡିଛି କୁମ୍ଭକାରଙ୍କ ଉପରେ। ପରିବାର ପ୍ରତିପୋଷଣ କିପରି କରିବେ ସେନେଇ ଚିନ୍ତା ଘାରିଛି କୁମ୍ଭକାରଙ୍କୁ।
ଗତବର୍ଷର ପ୍ରଳୟଙ୍କରୀ ବାତ୍ୟାରେ ବେସାହାରା ହୋଇପଡ଼ିଥିଲେ କୁମ୍ଭକାର। ଭାଙ୍ଗିରୁଜି ଯାଇଥିଲା ଶାଳଘର ଓ ଭାଟି। ପୁରୀ ସହରରେ ୪୦୦ରୁ ଊର୍ଦ୍ଧ୍ୱ କୁମ୍ଭକାର ପରିବାର ବସବାସ କରୁଥିବାବେଳେ ବାତ୍ୟାରେ ୨୩୧ ପରିବାରର ଶାଳ ଘର ଏବଂ ଆସବାବପତ୍ର ନଷ୍ଟ ହୋଇଥିଲା। ଫଳରେ ପୁରୀ ସଦରର ପ୍ରାୟ ୧୫୦, ବ୍ରହ୍ମଗିରି, ୪୦୦, ସତ୍ୟବାଦୀ ୯୦ ଏବଂ ଗୋପ ବ୍ଲକର ୧୦୦ରୁ ଊର୍ଦ୍ଧ୍ୱ ପରିବାର ପ୍ରଭାବିତ ହୋଇଥିଲେ। ଏ ପର୍ଯ୍ୟନ୍ତ ଅନେକ ନିଜ ଜୀବନ ଜୀବିକାକୁ ସମ୍ପୂର୍ଣ୍ଣ ଭାବେ ସଜାଡ଼ି ପାରି ନ ଥିବାବେଳେ ଏବେ ପୁଣି କରୋନା ମାଡ଼ ସେମାନଙ୍କୁ ଅସ୍ତବ୍ୟସ୍ତ କରିପକାଇଛି। ସମସ୍ତ କୁମ୍ଭକାର କରୋନାର ଅଜଣା ଆତଙ୍କରେ ଆତଙ୍କିତ ହୋଇପଡିଛନ୍ତି। କେବେ ମନ୍ଦିର ଖୋଲିବ ଏବଂ ସେମାନେ ହାଣ୍ଡିକୁଡ଼ୁଆ ବିକ୍ରି କରି ପରିବାର ପ୍ରତିପୋଷଣ କରିବେ ସେ ନେଇ ସନ୍ଦେହରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri