Posted inଜାତୀୟ

କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ

ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ କରୋନା ଆଉ ଏକ ମୁଣ୍ଡ ଗଡାଇଛି। ଏହାକୁ ମିଶାଇ ଭାରତରେ ମୃତ୍ୟୁସଂଖ୍ୟା ୫କୁ ପହଞ୍ଚିଛି। ରାଜସ୍ଥାନ ଜୟପୁରରେ ଜଣେ ଇଟାଲି ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉକ୍ତ ଇଟାଲିର ନାଗରିକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ତାଙ୍କୁ ଜୟପୁରର ସବାଇ ମାନସିଂହ ହସ୍ପିଟାଲର ଆଇସୋଲେଶନ୍‌ ଓ୍ବାର୍ଡରେ ରଖାଯାଇଥିଲା। ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ରାଜସ୍ଥାନରେ କରୋନା ଭାଇରସ୍‌ ସଂକ୍ରମିତରେ ଏହା ପ୍ରଥମ ମୃତ୍ୟୁ ଘଟଣା। ସୂଚନା ମୁତାବକ ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ସଂଖ୍ୟା ୧୯୫ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୩୨ ବିଦେଶୀ ନାଗରିକ ମଧ୍ୟ ରହିଛନ୍ତି। ଅପରପକ୍ଷେ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜନତା କର୍ଫ୍ୟୁ ପାଇଁ ଆହ୍ବାନ କରିଛନ୍ତି। ଏଥିସହ ଆବଶ୍ୟକତା ନ ଥିଲେ ଘରୁ ନ ବାହାରିବାକୁ ବାରଣ କରିବା ସହ ଘରେ ବସି କାର୍ଯ୍ୟକରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri