କରୋନା ପ୍ରତିରୋଧ ପ୍ରସ୍ତୁତିର ସମୀକ୍ଷା କଲେ ଆରଡିସି

ସୋନପୁର,୨।୫(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ମାନ ନିଆଯାଇଛି। ଶନିବାର ସମ୍ବଲପୁର ଆରଡିସି ତଥା କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୁବର୍ଣ୍ଣପୁର ଜିଲା ପାଇଁ ନିଯୁକ୍ତ ପର୍ଯ୍ୟବେକ୍ଷକ ନିରଞ୍ଜନ ସାହୁ ଦିନିକିଆ ଜିଲା ଗସ୍ତ କରି ପ୍ରସ୍ତୁତିର ସମୀକ୍ଷା କରିଥିଲେ। ପୂର୍ବାହ୍ନରେ ଆରଡିସି ଜିଲାପାଳଙ୍କ ପ୍ରକୋଷ୍ଠରେ ସମୀକ୍ଷା କରି ଖୋଲା ଯାଇଥିବା ମୋଟ ୧୬୨ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ଆବଶ୍ୟକ ଶଯ୍ୟା ଓ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ। ଜିଲାରେ ୬୦ହଜାର ୮୪୧ଜଣ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୪ହଜାର ୫୦୦ଶ୍ରମିକଙ୍କୁ ଦେଢ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ୧ଟଙ୍କା ମୂଲ୍ୟରେ ୩ ମାସର ଗହମ/ଚାଉଳ ଓ ପରିବାର ପ୍ରତି ୧୦୦୦ଟଙ୍କା ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କୁ ମାଗଣାରେ ଜଣ ପ୍ରତି ୫ କିଲୋଗ୍ରାମ ଚାଉଳ/ଗହମ ବଣ୍ଟନ ଚାଲିଛି। ରବିବାରଠାରୁ ପରିବାର ପ୍ରତି ମାଗଣାରେ ୧ କିଲୋଗ୍ରାମ ଲେଖାଏଁ ଡାଲି ଯୋଗାଇ ଦିଆଯିବ ବୋଲି ସୂଚନା ଦିଆଯାଇଥିଲା। ମଧ୍ୟାହ୍ନଭୋଜନ ଯାଜନାରେ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରଙ୍କୁ ଅଗ୍ରୀମ ଚାଉଳ, ଡାଲି, ଅଣ୍ଡା ମିଳିଛି କି ନାହିଁ ସାହୁ ପଚାରି ବୁଝିଥିଲେ। ବୈଠକରେ ଜିଲାପାଳ ମୋନିଷା ବାନାର୍ଜୀ ଓ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ। ପରେ ଆରଡିସି ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର କରାଯାଇଥିବା ସୋନପୁର ସହରର ସଂସ୍କୃତି ଭବନ, ବିଶିମୁଣ୍ଡା ପଞ୍ଚାୟତର ଡୁଙ୍ଗୁରିପାଲିସ୍ଥିତ କୁଶଳେଶ୍ୱର ହାଇସ୍କୁଲ, ହରଡଖୋଲ ପଞ୍ଚାୟତର ସୁବେଶ୍ୱର ହାଇସ୍କୁଲ ପରିଦର୍ଶନ କରିଥିଲେ। ସରକାରୀ ଆଇଟିଆଇ ପରିସରରେ ଖୋଲା ଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିଥିଲେ। ଏହି ଅବସରରେ ସୋନପୁର ବିଡିଓ ରବିନ୍ଦ୍ର କୁମାର ପଟେଲ, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଦିଲ୍ଳିପ କୁମାର ପଣ୍ଡା, ଡାକ୍ତର ପ୍ରଦୀପ କୁମାର ଗୁରୁ, ନୋଡାଲ ଅଫିସର ଶର୍ମିଷ୍ଠା ଧଳ, ମ୍ୟୁନିସିପାଲିଟି ଇଓ ସୂର୍ଯ୍ୟାଂଶୁ ରୁଟ୍‌ ଓ ତାରିଣୀ ପାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri