କରୋନା ପ୍ରତିରୋଧ ବ୍ୟବସ୍ଥା ଲାଗି ୩୦ ଜିଲାକୁ ୪୪.୫୦ କୋଟି: ଔଷଧ ଯୋଗାଣକାରୀ ସଂସ୍ଥାକୁ ଦିଆଯିବ ଇନ୍‌ସେନ୍‌ଟିଭ୍‌

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଘାତକ କରୋନା ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ରାଜ୍ୟ ସରକାର ଏହାକୁ ମୁକାବିଲା କରିବାକୁ ସମସ୍ତ ପ୍ରସ୍ତୁତି କରୁଛନ୍ତି। ଏଥିରେ ଡାକ୍ତର ତଥା ଅନ୍ୟ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଭୂମିକା ଗ୍ରହଣ କରୁଥିବାରୁ ସେମାନଙ୍କୁ ପ୍ରୋତ୍ସାହିତ ତଥା ଧନ୍ୟବାଦ ଜଣାଇବା ଲାଗି ୪ ମାସର ଦରମା ଯୋଗାଇ ଦିଆଯିବ ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଏହାବ୍ୟତିତ ବାଗ୍‌ଚୀ କହିଛନ୍ତି, ଆଗାମୀ ଦିନରେ କରୋନା ସହ ଲଢ଼ିବା ପାଇଁ ଜନବଳ, ମନୋବଳ, ଧନବଳର ଆବଶ୍ୟକତା ରହିଛି। ସରକାର ସବୁକିଛି କରିବାକୁ ପ୍ରସ୍ତୁତ ଅଛନ୍ତି। ସରକାରଙ୍କ ସାଧନକୁ ବଢ଼ାଇବା ଆମ ସମସ୍ତଙ୍କର କର୍ତ୍ତବ୍ୟ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଓଏମ୍‌ସି ୫୦୦ କୋଟି ଟଙ୍କା ଏବଂ ସ୍ବତନ୍ତ୍ର ଭାବେ ୨୫୦ କୋଟି ଦାନ କରିଛନ୍ତି। କରୋନା ପ୍ରତିରୋଧ ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ବ୍ୟବସ୍ଥା କରିବା ଲାଗି ମୁଖ୍ୟମନ୍ତ୍ରୀ ୩୦ଜିଲାକୁ ୪୪.୫୦ କୋଟି ଟଙ୍କା ପଠାଇଛନ୍ତି। ଏଥିସହ ସମସ୍ତ ଚିକିତ୍ସାଳୟକୁ ଆବଶ୍ୟକ ସ୍ବାସ୍ଥ୍ୟ ସାମଗ୍ରୀ ଯୋଗାଇ ଦେବାରେ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ରାଜ୍ୟ ଔଷଧ ସେବା ନିଗମକୁ ଔଷଧ ଯୋଗାଣକାରୀ ସଂସ୍ଥାକୁ ଇନ୍‌ସେଣ୍ଟିଭ୍‌ ଦିଆଯିବାକୁ ବ୍ୟବସ୍ଥା ହୋଇଛି। ଯୋଗାଣ ସୂଚାରୁରୂପେ ଏବଂ ୭ ଦିନ ପୂର୍ବରୁ ଦେଲେ ୫୦% ଅଧିକ ଟଙ୍କା ମିଳିବ। ଯଦି ସେମାନେ ୧୫ ଦିନ ଆଗରୁ ଯୋଗାନ୍ତି ତେବେ ୨୫%, ୩୦ ଦିନ ପୂର୍ବରୁ ହେଲେ ୧୦% ଦିଆଯିବ। ଅନ୍ୟ ବ୍ୟବସ୍ଥା ସହ ୨୪ ଘଣ୍ଟା ମଧ୍ୟରେ ସେମାନଙ୍କୁ ଟଙ୍କା ଯୋଗାଇ ଦିଆଯିବ। ୨୧ ଦିନ ଲକ୍‌ଡାଉନ୍‌ରେ ମାଲବାହୀ ଯାନବାହନ ବିନା ବାଧାରେ ଯାତାୟତ କରିପାରିବ। ଏଥିରେ ପ୍ରତିବନ୍ଧକ ଆଣିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri