କରୋନା ପ୍ରତିହତ ପାଇଁ ଗାଁର ପ୍ରବେଶ ପଥକୁ ବନ୍ଦ କଲେ ଯୁବଗୋଷ୍ଠୀ

ବିଜେପୁର, ୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାମାଜିକ ଦୂରତା ନିହାତି ଆବଶ୍ୟକ। ଏହାକୁ ଗୁରୁତ୍ୱ ଦେଇ କେନ୍ଦ୍ର ସରକାର ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ଘୋଷଣା କରିଛନ୍ତି। ଫଳରେ ଗାଁଠୁ ସହର ସବୁଠି ଖାଁ ଖାଁ। ଜରୁରୀ କାମ ନ ଥିଲେ କେହି ବାହାରକୁ ଗୋଡ଼ କାଢୁ ନାହାଁନ୍ତି। ହେଲେ କେତେକ ସ୍ଥାନରେ ଜନସଚେତନତା ଅଭାବରୁ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେଉଛି। ଗାଁ ସୁଧୁରିଲେ ଦେଶ ସୁଧୁରିବ ନ୍ୟାୟରେ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଟି. ଗଣ୍ଡପାଲି ଗ୍ରାମର ଯୁବଗୋଷ୍ଠୀ ଶନିବାର ଭିନ୍ନ ପଦକ୍ଷେପ ନେଇଛନ୍ତି। ଉକ୍ତ ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ଯୁବକଗୋଷ୍ଠୀଙ୍କ ଦ୍ୱାରା ବନ୍ଦ କରାଯାଇଛି। ଜରୁରୀକାଳୀନ ସେବା ବ୍ୟତୀତ ଅନ୍ୟ କାମରେ ଗ୍ରାମ ବାହାରକୁ ନ ଯିବାକୁ ଗ୍ରାମବାସୀଙ୍କୁ ବାରଣ କରାଯାଇଛି। ଏଥିସହ ଗ୍ରାମକୁ ପ୍ରବେଶ କରୁଥିବା ବ୍ୟକ୍ତିଙ୍କୁ ହ୍ୟାଣ୍ଡ ଓ୍ବାସରେ ହାତକୁ ଭଲ ଭାବେ ଧୋଇବାକୁ ସେମାନେ ପରାମର୍ଶ ଦେଉଛନ୍ତି। ଉଭୟ ରାସ୍ତାରେ ଯୁବକମାନେ ପାଳିକରି ଜଗି ରହୁଛନ୍ତି। ଏହି ଗ୍ରାମକୁ ମୁମ୍ବାଇରେ ରହୁଥିବା ଜଣେ ଯୁବତୀ ଫେରିଛନ୍ତି। ତେଣୁ ବାହାରେ ବୁଲାବୁଲି ନ କରି ହୋମ କ୍ବାରାଣ୍ଟାଇନରେ ତାଙ୍କୁ ରହିହାକୁ ଯୁବଗୋଷ୍ଠୀ ଅନୁରୋଧ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷଣାରୁ ଖୁଲାସା; ମୃତ୍ୟୁ ପରେ ଶବ୍ଦକରେ ମନୁଷ୍ୟ ଶରୀର, ୧୬ ମାସ ପର୍ଯ୍ୟନ୍ତ….

ଅଷ୍ଟ୍ରେଲିଆ,୨୭।୧୦: ମୃତ୍ୟୁ ପରେ ମଧ୍ୟ ମନୁଷ୍ୟ ଶରୀର ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୁଏ ନାହିଁ । ବରଂ ଏହା ଭିତରେ ଏକ ଭିନ୍ନ ପ୍ରକ୍ରିୟା ଚାଲୁ ରହେ, ଯାହା…

WPL Auction: ମୁମ୍ବାଇ ଇଣ୍ଡିଆନ୍ସ କାଙ୍ଗାଳ, ନିଲାମ ପୂର୍ବରୁ ଜାଣନ୍ତୁ, କେଉଁ ଦଳ ପାଖରେ କେତେ ଟଙ୍କା ରହିଛି

ନୂଆଦିଲ୍ଲୀ,୨୭।୧୦: WPL 2027 ନିଲାମ ଅକ୍ଟୋବର ୨୮ରେ କୋଚିରେ ଅନୁଷ୍ଠିତ ହେବ। ପଞ୍ଚମ ସିଜିନ ପୂର୍ବରୁ ୧୪୬ ଜଣ ଖେଳାଳି ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଏବଂ…

କମ ବ୍ୟାକ କରିବେ ପନ୍ତ-ବୁମରାହ; ଜାଣନ୍ତୁ କେବେ

ନୂଆଦିଲ୍ଲୀ,୨୭।୧୦: ଭାରତୀୟ କ୍ରିକେଟର ଦୁଇଜଣ ପ୍ରମୁଖ ତାରକାଙ୍କୁ ପୁଣିଥରେ ପଡ଼ିଆରେ ଦେଖିବା ପାଇଁ ଚାଲିଥିବା ଅପେକ୍ଷା ଶୀଘ୍ର ଶେଷ ହୋଇପାରେ। ଦ୍ରୁତ ବୋଲର ଜସପ୍ରୀତ ବୁମରାହ ଏବଂ…

ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ

ଭୁବନେଶ୍ୱର,୨୭।୧୦(ସୁନିତ୍‌ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…

ଋଷିଆ ଓ ୟୁକ୍ରେନ ମଧ୍ୟରେ ହୋଇଛି ଯୁଦ୍ଧବିରତି; ମେଲାନିଆ ଟ୍ରମ୍ପ କରିଥିଲେ ମଧ୍ୟସ୍ଥତା

ଓ୍ବାଶିଂଟନ,୨୭।୧୦: ମଙ୍ଗଳବାର (ଅକ୍ଟୋବର ୨୭) ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ସ୍ଥାନୀୟ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଉଲ୍ଲେଖନୀୟ ଯେ, ଆମେରିକାର ପ୍ରଥମ ମହିଳା (ଫାଷ୍ଟ ଲେଡି)…

ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି…

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

ଏଇ ଭାରତରେ

ସାମୂହିକ ପ୍ରୟାସରେ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ସହଜ ହୁଏ ଓ ନୂତନତ୍ୱର ଆଶା ସଞ୍ଚାର ହୋଇପାରେ। ଏଭଳି ଏକ ନୂଆ ସଫଳତା ଆଣିପାରିଛନ୍ତି ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲା ମଚ୍ଛଲିପଟନମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?