କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଜି ସୁଦ୍ଧା ରାଜ୍ୟର ୧୧୪ ଗୋଟି ପୌରାଞ୍ଚଳର ୨୦୩୫ଟି ୱାର୍ଡ ମଧ୍ୟରୁ ୧୪୪୫ଟି ୱାର୍ଡରେ ମାଗଣାରେ ରନ୍ଧା ଖାଦ୍ୟ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇ ୨୦୪୮୩୫ ଜଣ ଉପକୃତ ହୋଇଥିବା ସୂଚନା ମିଳିଛି। କରୋନା ନେଇ ରାଜ୍ୟ ସରକାରଙ୍କ ତରଫରୁ ଜାରି ହୋଇଥିବା ମାର୍ଗଦର୍ଶୀକା ଅନୁଯାୟୀ ସମସ୍ତ ସତର୍କତା ପାଳନ କରାଯାଇ ରନ୍ଧା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ସେହିପରି ପୌରାଞ୍ଚଳରେ ପଞ୍ଜିକୃତ ଷ୍ଟ୍ରିଟ୍ ଭେଣ୍ଡରମାନଙ୍କୁ  ୩ ହଜାର କରି ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଗତ ୩୧ ତାରିଖରୁ ଏହି ଆର୍ଥିକ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ମୋଟ ୬୫ ହଜାର ପଞ୍ଜିକୃତ ଷ୍ଟ୍ରିଟ୍ ଭେଣ୍ଡରଙ୍କୁ ଏହି ସହାୟତା ପ୍ରଦାନ ଲକ୍ଷ୍ୟ ରଖା ଯାଇ ଆଜି ସୁଦ୍ଧା ୬୧ ଗୋଟି ସହରାଞ୍ଚଳର ୧୯୭୫୯ ଜଣଙ୍କୁ ୫କୋଟି ୯୨ଲକ୍ଷ ୭୭ ହଜାର ଟଙ୍କା ପ୍ରଦାନ କରାଯାଇଛି। ଯଥାଶୀଘ୍ର ଏହାକୁ ସମ୍ପୂର୍ଣ୍ଣ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିର୍ଦ୍ଦେଶ ଦିଆଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri