କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ ପ୍ରଦାନ ବ୍ୟବସ୍ଥା ଆରମ୍ଭ ହୋଇଛି। ଆଜି ସୁଦ୍ଧା ରାଜ୍ୟର ୧୧୪ ଗୋଟି ପୌରାଞ୍ଚଳର ୨୦୩୫ଟି ୱାର୍ଡ ମଧ୍ୟରୁ ୧୪୪୫ଟି ୱାର୍ଡରେ ମାଗଣାରେ ରନ୍ଧା ଖାଦ୍ୟ ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇ ୨୦୪୮୩୫ ଜଣ ଉପକୃତ ହୋଇଥିବା ସୂଚନା ମିଳିଛି। କରୋନା ନେଇ ରାଜ୍ୟ ସରକାରଙ୍କ ତରଫରୁ ଜାରି ହୋଇଥିବା ମାର୍ଗଦର୍ଶୀକା ଅନୁଯାୟୀ ସମସ୍ତ ସତର୍କତା ପାଳନ କରାଯାଇ ରନ୍ଧା ଖାଦ୍ୟ ବ୍ୟବସ୍ଥା କରାଯାଇଛି। ସେହିପରି ପୌରାଞ୍ଚଳରେ ପଞ୍ଜିକୃତ ଷ୍ଟ୍ରିଟ୍ ଭେଣ୍ଡରମାନଙ୍କୁ  ୩ ହଜାର କରି ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଗତ ୩୧ ତାରିଖରୁ ଏହି ଆର୍ଥିକ ସହାୟତା ପ୍ରଦାନ ଆରମ୍ଭ ହୋଇଛି। ମୋଟ ୬୫ ହଜାର ପଞ୍ଜିକୃତ ଷ୍ଟ୍ରିଟ୍ ଭେଣ୍ଡରଙ୍କୁ ଏହି ସହାୟତା ପ୍ରଦାନ ଲକ୍ଷ୍ୟ ରଖା ଯାଇ ଆଜି ସୁଦ୍ଧା ୬୧ ଗୋଟି ସହରାଞ୍ଚଳର ୧୯୭୫୯ ଜଣଙ୍କୁ ୫କୋଟି ୯୨ଲକ୍ଷ ୭୭ ହଜାର ଟଙ୍କା ପ୍ରଦାନ କରାଯାଇଛି। ଯଥାଶୀଘ୍ର ଏହାକୁ ସମ୍ପୂର୍ଣ୍ଣ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିର୍ଦ୍ଦେଶ ଦିଆଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri