କରୋନା ପ୍ରଭାବ ସମୀକ୍ଷା କଲେ ସରକାର

ନୂଆଦିଲ୍ଲୀ,୧୭।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥା ସହିଥିବା କ୍ଷତିର ସମୀକ୍ଷା କରିଛନ୍ତି। ଭୂତାଣୁ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା କ୍ଷେତ୍ରଗୁଡିକୁ ଆଉ ଏକ ଆଶ୍ୱସ୍ତି ପ୍ୟାକେଜ ଦେବା ଲାଗି ସରକାର ବର୍ତ୍ତମାନ ବିଚାର କରୁଛନ୍ତି। ବଜାରର ସ୍ଥିତି ନେଇ ମୋଦି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସହ ଆଲୋଚନା କରିଛନ୍ତି। କରୋନା ଭାଇରସ୍‌ ଏବଂ ଲକ୍‌ଡାଉନ ପାଇଁ ଏବେ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଯାଇଛି। ଭାରତର ବିକାଶ ହାର ୦%କୁ ଖସିବା କିମ୍ବା ଅଭିବୃଦ୍ଧି ଆଖିଦୃଶିଆ ହେବ ନାହିଁ ବୋଲି ଅନ୍ତର୍ଜାତୀୟ ଏଜେନ୍ସିଗୁଡିକ ସେମାନଙ୍କ ପୂର୍ବାନୁମାନରେ କହି ସାରିଲେଣି। ଏହାକୁ ବିଚାରକରି ସରକାର ସ୍ଥିତିର ସମୀକ୍ଷା କରିଥିବା ଜଣାପଡ଼ିଛି। ଅର୍ଥ ବ୍ୟବସ୍ଥାର ସ୍ବାସ୍ଥ୍ୟ ନେଇ ବିସ୍ତୃତ ଆଲୋଚନା ବୈଠକରେ କରାଯାଇଛି ବୋଲି ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସେହିଭଳି ଚ୍ୟାଲେଞ୍ଜକୁ ସାମ୍ନା କରିବା ଦିଗରେ କିଭଳି ପଦକ୍ଷେପ ନିଆଯିବ ସେ ଦିଗରେ ମଧ୍ୟ ବିଭିନ୍ନ ପ୍ରସଙ୍ଗ ଆଲୋଚନାରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri