‘କରୋନା ପ୍ୟାକେଜ୍‌ ନିଷ୍ଠୁର ପରିହାସ’

ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର ପ୍ୟାକେଜ ଘୋଷଣା ଓ ଅର୍ଥମନ୍ତ୍ରୀ ୫ ଦିନ ଧରି ଏହାକୁ ଗଣମାଧ୍ୟମ ଆଗରେ ଉପସ୍ଥାପନ କରିବା ଦେଶ ପ୍ରତି ନିଷ୍ଠୁର ପରିହାସ ବୋଲି ସୋନିଆ କହିଛନ୍ତି। ଭିଡିଓ କନ୍‌ଫରେନ୍ସ ଜରିଆରେ ୨୨ ବିରୋଧୀ ଦଳର ବୈଠକକୁ ସମ୍ବୋଧିତ କରି କଂଗ୍ରେସ ନେତ୍ରୀ କହିଥିଲେ, କେନ୍ଦ୍ର ସରକାର ସଂଘୀୟବାଦର ନୀତିକୁ ସମ୍ପୂର୍ଣ୍ଣ ଭୁଲିଯାଇଛନ୍ତି। କରୋନା ମହାମାରୀ ଜନିତ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଏହି ବୈଠକ ଡକାଯାଇଥିଲା। ସରକାର ଦେଶବ୍ୟାପୀ ଲକ୍‌ଡାଉନ କରିଥିବାବେଳେ କିପରି ଏଥିରୁ ବାହାରିବେ ବାଟ ପାଉନାହାନ୍ତି। ପ୍ରବାସୀ ଶ୍ରମିକ ଓ ଆର୍ଥିକ ଦୁର୍ବଳ ଶ୍ରେଣୀର ୧୩ କୋଟି ପରିବାରଙ୍କ ସମସ୍ୟାକୁ ସରକାର ଅତି ନିଷ୍ଠୁର ଭାବେ ଅଣଦେଖା କରିଚାଲିଛନ୍ତି। ସେମାନଙ୍କ ପାଇଁ କୌଣସି ଆର୍ଥିକ ସହାୟତା ଘୋଷଣା କରାଯାଇ ନାହିଁ। କରୋନା ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ପାର୍ଲାମେଣ୍ଟ କିମ୍ବା ଷ୍ଟାଣ୍ଡିଂ କମିଟିର ବୈଠକ ଡକାଯାଉ ନାହିଁ। ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସରକାର ସମ୍ପୂର୍ଣ୍ଣ ଭୁଲିଯାଇଥିବାବେଳେ ସମସ୍ତ କ୍ଷମତା କେବଳ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସୀମିତ ରହିଥିବା ସୋନିଆ କହିଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକୁ ବିକ୍ରି ଲାଗି ମଞ୍ଜୁରୀ ପ୍ରଦାନ, ଶ୍ରମ ଆଇନକୁ ରଦ୍ଦ କରିବା ଏବଂ ତଥାକଥିତ ସଂସ୍କାର ସରକାରଙ୍କ ଉଗ୍ର ଦୁଃସାହସିକତା ଓ ଏକପାଖିଆ ନିଷ୍ପତ୍ତି ବୋଲି କଂଗ୍ରେସ ଅଧ୍ୟକ୍ଷା କହିଛନ୍ତି।
ଭିଡିଓ କନ୍‌ଫରେନ୍ସରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ଏନ୍‌ସିପି ସୁପ୍ରିମୋ ଶରଦ ପାଓ୍ବାର, ଡିଏମ୍‌କେ ନେତା ଏମ୍‌.କେ. ଷ୍ଟାଲିନ୍‌, ଜେଡିଏସ୍‌ ନେତା ଏଚ୍‌.ଡି. ଦେବେଗୌଡା, ସିପିଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ନେତା ଡି. ରାଜା, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏ.କେ. ଆଣ୍ଟୋନି, ଅହମଦ ପଟେଲ, ଗୁଲାମ ନବୀ ଆଜାଦ, ଅଧୀର ରଞ୍ଜନ ଚୌଧୁରୀ, ମଲ୍ଲିକାର୍ଜୁନ ଖାର୍ଗେ ପ୍ରମୁଖ ଯୋଗ ଦେଇଥିଲେ। ଆଞ୍ଚଳିକ ଦଳ ନେତାଙ୍କ ମଧ୍ୟରେ ଏଲ୍‌ଜେଡିର ଶରଦ ଯାଦବ, ନ୍ୟାଶନାଲ କନ୍‌ଫରେନ୍ସର ଓମାର ଅବଦୁଲ୍ଲା, ଆର୍‌ଜେଡିର ତେଜସ୍ବୀ ଯାଦବ, ଏଚ୍‌ଏଏମ୍‌ର ଜିତନ୍‌ ରାମ ମାନ୍‌ଝି, ଆର୍‌ଏଲ୍‌ଏସ୍‌ପିର ଉପେନ୍ଦ୍ର କୁଶଓ୍ବାହା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri