କରୋନା ବଢ଼ାଉଛି ମାନସିକ ଯନ୍ତ୍ରଣା

ଜାତିସଂଘ,୧୫।୫: କରୋନା ମହାମାରୀ ଯୋଗୁ ମାନସିକ ଯନ୍ତ୍ରଣା ବୃଦ୍ଧି ପାଉଥିବା ନେଇ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ସତର୍କ କରାଇଦେଇଛନ୍ତି। ମାନସିକ ସ୍ବାସ୍ଥ୍ୟ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ସେ ସରକାର, ସିଭିଲ୍‌ ସୋସାଇଟି ଏବଂ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷମାନଙ୍କୁ ଆହ୍ବାନ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଜାତିସଂଘ ମୁଖ୍ୟ କହିଛନ୍ତି, ଦୀର୍ଘବର୍ଷ ଧରି ମାନସିକ ସ୍ବାସ୍ଥ୍ୟସେବାକୁ ଅବହେଳା କରାଯାଇଛି। ଏହି ସେକ୍ଟରରେ କ୍ୱଚିତ୍‌ ପୁଞ୍ଜିନିବେଶ ହେଉଛି। କୋଭିଡ୍‌-୧୯ ମହାମାରୀ ଏବେ ପରିବାର ଓ ଗୋଷ୍ଠୀ ଉପରେ ଅତିରିକ୍ତ ମାନସିକ ଚାପ ପକାଇଛି। ନିଜ ଲୋକଙ୍କୁ ହରାଇବାର ଦୁଃଖ, ଚାକିରି ହରାଇବାର ମାନସିକ ଆଘାତ, ଏକାନ୍ତବାସ ଓ ଯାତାୟାତ କ୍ଷେତ୍ରରେ କଟକଣା, ପରିବାର ଚଳାଇବାରେ କଷ୍ଟ ଏବଂ ଭବିଷ୍ୟତକୁ ନେଇ ଅନିଶ୍ଚିତତା ଓ ଆଶଙ୍କା ଲୋକଙ୍କ ମାନସିକ ଚାପକୁ ବଢ଼ାଇଦେଇଛି।
କରୋନା ମହାମାରୀ ବିରୋଧରେ ଆଗଧାଡ଼ିରେ ଲଢ଼ୁଥିବା ସ୍ବାସ୍ଥ୍ୟସେବା କର୍ମଚାରୀ, ବୟସ୍କ ବ୍ୟକ୍ତି, କିଶୋର, ଯୁବକ, ପୂର୍ବରୁ ମାନସିକ ଅସୁସ୍ଥ ଥିବା ବ୍ୟକ୍ତି ଏବଂ ବିବାଦ ଓ ସଙ୍କଟର ସମ୍ମୁଖୀନ ହୋଇଥିବା ଲୋକଙ୍କ ପ୍ରତି ଅଧିକ ବିପଦ ରହିଛି। ସରକାରଙ୍କ କରୋନା ମୁକାବିଲା ପଦକ୍ଷେପରେ ମାନସିକ ସ୍ବାସ୍ଥ୍ୟସେବା ଗୁରୁତ୍ୱପୂର୍ଣ୍ଣ ଅଂଶ ହେବା ଆବଶ୍ୟକ ବୋଲି ଗୁଟେରେସ୍‌ କହିଛନ୍ତି। ଏଥିପାଇଁ ମାନସିକ ସ୍ବାସ୍ଥ୍ୟସେବା ସେକ୍ଟରର ସମ୍ପ୍ରସାରଣ ହେବା ସହ ଏଥିରେ ପୂର୍ଣ୍ଣ ପୁଞ୍ଜିନିବେଶର ଆବଶ୍ୟକତା ରହିଛି। ଏହାକୁ ପ୍ରାଥମିକତା ନ ଦେଲେ ସାରା ସମାଜକୁ ମାନସିକ ସ୍ବାସ୍ଥ୍ୟ ସଙ୍କଟର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଜାତିସଂଘ ମୁଖ୍ୟ ସତର୍କ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri