କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ ସହରର ବିଭିନ୍ନ ସ୍ଥାନରେ ବ୍ରତପୂଜାର ଆୟୋଜନ ହୋଇଛି। ଏଥିପାଇଁ ମଧ୍ୟ ବେଶ ଭିଡ ପରିଲକ୍ଷିତ ହୋଇଛି। ସମ୍ପ୍ରତି କରୋନା କଟକଣା ଏହି ପର୍ବକୁ ଅଟକାଇ ପାରିନାହିଁ। ହେଲେ ମହିଳାମାନେ ବେଶ ସତର୍କତା ଅବଲମ୍ବନ କରିଥିବା ପରିଲକ୍ଷିତ ହୋଇଛି। ସହରର ତୁଳସୀନଗରପଡାରେ ମହିଳାମାନେ କୋଭିଡ-୧୯କୁ ଦୃଷ୍ଟିରେ ରଖି ମାସ୍କ ପିନ୍ଧି ପୂଜାର୍ଚ୍ଚନା କରିଛନ୍ତି। ସାନିଟାଇଜର୍‌ ବ୍ୟବହାର କରିବା ସହ ଏହି ପରମ୍ପରାକୁ ବଜାୟ ରଖିଛନ୍ତି। ବଲାଙ୍ଗିର ଅରେଞ୍ଜ ଜୋନ ଥିଲେ ହେଁ ଲୋକଙ୍କ ମଧ୍ୟରେ ଦିନକୁ ନେଇ ବେଶ ଉତ୍ସାହ,ଉଦ୍ଦୀପନା ଓ ଖୁସିର ବାତାବରଣ ଥିବା ଦେଖାଯାଇଛି। ଲଗ୍ନ ଅନୁଯାୟୀ ସଧବା ବ୍ରତଧାରୀମାନେ ପୂଜା ଶେଷ ପରେ ସତ୍ୟବାନମାନଙ୍କୁ ଗୋଡ ଧୋଇ ପୂଜା କରିବାର ପରମ୍ପରାକୁ ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri