Posted inଖେଳ

କରୋନା ଭାଇରସ୍‌: ଜାପାନ ଅଲିମ୍ପିକ କମିଟି ଉପମୁଖ୍ୟ ସଂକ୍ରମିତ

ଟୋକିଓ,୧୮।୩ (ଏଏଫ୍‌ପି)- କରୋନା ଭାଇରସ୍‌ ଦ୍ୱାରା ଜାପାନ ଅଲିମ୍ପିକ କମିଟି ଉପମୁଖ୍ୟ କୋଜୋ ତାସିମା ସଂକ୍ରମିତ ହୋଇଛନ୍ତି। ସେ ନିଜେ ଏ ନେଇ ସ୍ବୀକାର କରିଛନ୍ତି। ଫଳରେ ଏବେ ଟୋକିଓ ଅଲିମ୍ପିକ୍ସ ନିରାପଦରେ ଆୟୋଜନ ହେବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମଙ୍ଗଳବାର ମୋର ପରୀକ୍ଷା କରାଯାଇଥିଲା। ମୋଠାରେ ଭାଇରସ ଥିବା ଜଣାପଡିଛି ବୋଲି ତାସିମା କହିଛନ୍ତି। ଜାପାନ ଫୁଟବଲ ଆସୋସିଏଶନ ମାଧ୍ୟମରେ ସେ ଏହି କଥା ଜଣାଇଛନ୍ତି। ତାସିମା ମଧ୍ୟ ଜାପାନ ଫୁଟବଲ ଆସୋସିଏଶନ ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି।
ମୋତେ ସାମାନ୍ୟ ଜ୍ୱର ହୋଇଥିଲା। ପ୍ରଥମେ ନିମୁନିଆର ଲକ୍ଷଣ ଥିବା ଆଶଙ୍କା କରୁଥିଲୁ। ତେବେ ମଙ୍ଗଳବାର ତାଙ୍କଠାରେ କରୋନା ଭାଇରସ ଥିବା ଜଣାପଡିଥିଲା। ଏହି ଭାଇରସକୁ ନିୟନ୍ତ୍ରଣ କରିବା ପାଇଁ ଇତିମଧ୍ୟରେ ଅଲିମ୍ପିକ୍ସ ସଂକ୍ରାନ୍ତରେ ସବୁ ଉତ୍ସବକୁ ସୀମିତ କରାଯିବ ବୋଲି ଟୋକିଓ ୨୦୨୦ ଆୟୋଜକ କମିଟି ନିଷ୍ପତ୍ତି ନେଇଛି। ଗ୍ରୀସ୍‌ରେ ଅଲିମ୍ପିକ୍‌ ମଶାଲ ପ୍ରଜ୍ୱଳିତ ହୋଇଛି ଓ ଏହା ଶୁକ୍ରବାର ଉତ୍ତର ଜାପାନରେ ଆସି ପହଞ୍ଚିବ। ଫୁକୁସିମାରେ ଆସନ୍ତା ୨୬ ତାରିଖରେ ମଶାଲ ରାଲି ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। ତେବେ ବର୍ତ୍ତମାନ ସବୁକିଛି ଅନିଶ୍ଚିତତା ଆଡକୁ ଚାଲିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri