‘କରୋନା’ ଭାଇରସ୍‌ ପାଇଁ ଆଡ୍‌ଭାଇଜରି: ୪ ମେଡିକାଲରେ ଖୋଲିବ ସ୍ବତନ୍ତ୍ର ଓ୍ବାର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ)/ କଟକ ଅଫିସ : ‘କରୋନା’ ଭାଇରସ୍‌ ପାଇଁ ଶନିବାର ରାଜ୍ୟ ସରକାର ଆଡ୍‌ଭାଇଜରି ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ପ୍ରମୁଖ ହସ୍ପିଟାଲକୁ ସ୍ବାସ୍ଥ୍ୟ ବିଭାଗ ଚିଠି ଲେଖିଛି। ‘କରୋନା’ ଚିହ୍ନଟ ଓ ମୁକାବିଲା ନେଇ ପ୍ରସ୍ତୁତ ରହିବାକୁ ହସ୍ପିଟାଲଗୁଡ଼ିକୁ ସତର୍କ କରାଯାଇଛି। ଏଥିସହ କଟକ ଏସ୍‌ସିବି, ବୁର୍ଲା, ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ଓ କ୍ୟାପିଟାଲ ହସ୍ପିଟାଲରେ ସ୍ବତନ୍ତ୍ର ୱାର୍ଡ ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦର ସମେତ ପାରାଦୀପ ବନ୍ଦର ଏବଂ ରେଲ୍‌ୱେ କର୍ତ୍ତୃପକ୍ଷଙ୍କୁ ମଧ୍ୟ ଚିଠି ଲେଖାଯାଇଛି। ବିଶେଷକରି ବିଦେଶରୁ ଆସୁଥିବା ଘାତକ ‘କରୋନା’ ସନ୍ଦିଗ୍ଧଙ୍କୁ ଚିହ୍ନଟ ଓ ପରୀକ୍ଷା ବ୍ୟବସ୍ଥା କରିବାକୁ ଚିଠିରେ ଉଲ୍ଲେଖ ରହିଛି।

ଅନ୍ୟପକ୍ଷରେ ‘କରୋନା’କୁ ନେଇ ଶନିବାର ଭୁବନେଶ୍ୱରସ୍ଥିତ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ସ୍ବାସ୍ଥ୍ୟ ବିଭାଗର ବହୁ ଉଚ୍ଚପଦସ୍ଥ ଅଧିକାରୀ ଯୋଗଦେଇଥିଲେ। ବରିଷ୍ଠ ମେଡିସିନ ପ୍ରଫେସର ତଥା ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କହିବାନୁଯାୟୀ, ଏହା ଏକ ସାଧାରଣ ଥଣ୍ଡାଜନିତ ରୋଗ। ମାତ୍ର ଏବେ ଏହା ଗୁଣସୂତ୍ରରେ ପରିବର୍ତ୍ତନ ଆଣିବା ଫଳରେ ଅଧିକ ଉଗ୍ରରୂପ ଧାରଣ କରିଛି। ଏଥିପୂର୍ବରୁ ୨୦୦୨, ୨୦୧୩ ଓ ୨୦୧୫ରେ ଏହି ରୋଗ ମଧ୍ୟପ୍ରାଚ୍ୟରେ ଦେଖାଦେଇଥିଲା। ଭାରତର ବମ୍ବେ, କେରଳ ଓ ହାଇଦ୍ରାବାଦରେ କରୋନା ସନ୍ଦିଗ୍ଧ ରୋଗୀ ଚିହ୍ନଟ ହୋଇଛନ୍ତି। ମାତ୍ର ଏଥିପ୍ରତି ଭୟଭୀତ ହେବାର କୌଣସି କାରଣ ନାହିଁ। ସରକାର ଏଥିପ୍ରତି ସଚେତନ ଥିବା ଡାକ୍ତର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?