କରୋନା ଭାଇରସ: ଇରାନରେ କଏଦୀଙ୍କୁ କରାଗଲା ମୁକ୍ତ

ତେହେରାନ,୧୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱର ପାଖାପାଖି ୧୦୦ ଦେଶକୁ ବ୍ୟାପିଯାଇଥିବା ସୂଚନା ମିଳିଛି। ଏହା ଦ୍ରୁତଗତିରେ ବ୍ୟାପୁଥିବାରୁ ଓ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ମିଳି ନ ଥିବାରୁ ସାରା ବିଶ୍ୱ ପାଇଁ ଏହା ଚିନ୍ତାର କାରଣ ପାଲଟି ଯାଇଛି। ଚାଇନା ପରେ ଏବେ ଇଟାଲି, ଇରାନ ଓ ଦକ୍ଷିଣ କୋରିଆରେ ଏହାର ପ୍ରକୋପ ଅଧିକ ଥିବା ଲକ୍ଷ୍ୟ କରାଯାଇଛି। ଇରାନରେ କରୋନା ଭାଇରସ ସଂକ୍ରମଣରେ ଏବେସୁଦ୍ଧା ପ୍ରାୟ ୨୩୭ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏହାର ଭୟାବହତାକୁ ଦେଖି ସେଠାକାର ଜେଲରେ ଥିବା ପ୍ରାୟ ୭୦ ହଜାର କଏଦୀଙ୍କୁ ମୁକ୍ତ କରାଯାଇଥିବା ସୂଚନା ମିଳିଛି। ଇରାନର ଏକ ଓ୍ବେବସାଇଟ ମାଧ୍ୟମରେ ଏହି ସୂଚନା ମିଳିଛି। ତେବେ କଏଦୀମାନଙ୍କୁ ମୁକ୍ତ କରିବା ପରେ ସମାଜରେ ଯେମିତି କୌଣସି ଅଘଟଣ ନ ଘଟେ ସେଥିପ୍ରତି ମଧ୍ୟ ଦୃଷ୍ଟି ଦିଆଯାଇଛି। ଏମାନଙ୍କୁ ପୁଣି କେବେ ଜେଲକୁ ଫେରାଇ ଅଣାଯିବ ସେ ସମ୍ପର୍କରେ କୌଣସି ସୂଚନା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri