କରୋନା ଭାଇରସ: ଓଲ୍ଡ ଏଜ୍‌ ହୋମ ପାଲଟିଛି ହଟ୍‌ସ୍ପଟ୍‌

ମୋନଟ୍ରିଆଲ,୨୫।୪: କରୋନା ଭାଇରସ ସଂକ୍ରମଣରେ ପଛରେ ପଡିନି କାନାଡା। ଏଠାରେ ଏବେ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୪୪ ହଜାର ପାଖାପାଖି ହେଲାଣି। ଏହାସହ ୨,୩୦୦ ଲୋକଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏଠାରେ ମୃତ୍ୟୁ ଘଟୁଥିବା ଅଧିକାଂଶ ଲୋକଙ୍କ ବୟସ ୫୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ମୃତକଙ୍କ ମଧ୍ୟରେ ୬୩ ପ୍ରତିଶତ ଲୋକ ଓଲ୍ଡ ଏଜ୍‌ ହୋମରେ ରହୁଥିବା ଜଣାପଡିଛି। ଏଇଠି ପ୍ରଶ୍ନ ଉଠିଛି ଇଟାଲୀ, ସ୍ପେନ, ଲଣ୍ଡନ ଓ ଆମେରିକା ଭଳି କାନାଡାରେ ମଧ୍ୟ କ’ଣ ବୁଢା ଲୋକଙ୍କୁ ମରିବା ପାଇଁ ଛାଡି ଦିଆଯାଉଛି। ମିଳିଥିବା ସୂଚନାରୁ ଜଣାପଡେ କାନାଡାର ରାଜଧାନୀ ମୋନଟ୍ରିଆଲରେ ଏବେସୁଦ୍ଧା ସର୍ବାଧିକ ଲୋକଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଛି। ଏଠାକାର ଓଲ୍ଡ ଏଜ୍‌ ହୋମର ଜଣେ କର୍ମଚାରୀ ନେଟଲି ଷ୍ଟେକ ଡୁଶେଟଙ୍କ ମତରେ ସେଠାରେ ଥିବା ସମସ୍ତ ୧୮୦ ଜଣ ବରିଷ୍ଠ ନାଗରିକ କରୋନାରେ ପୀଡିତ। ଅବଶ୍ୟ ଏକଥା ସେମାନେ ଜାଣିଥିଲେ ବୋଲି ସେ କୁହନ୍ତି। ହେଲେ ଏକଥା ଉପରେ କେହି ଗୁରୁତ୍ୱ ଦେଇ ନ ଥିଲେ ବୋଲି ସେ କର୍ମଚାରୀ ଜଣକ କହିଛନ୍ତି। ଅଲ ଜଜିରାକୁ ଦେଇଥିବା ଏକ ଟେଲିଫୋନ ସାକ୍ଷାତ୍‌କାରରେ ସେ କହିଛନ୍ତି ଓଲ୍ଡ ଏଜ୍‌ ହୋମରେ ହସ୍ପିଟାଲ ଭଳି କୌଣସି ସୁବିଧା ନାହିଁ। ତେଣୁ ଏଠାରେ କରୋନା ସଂକ୍ରମଣ ଜଙ୍ଗଲରେ ଲାଗିବା ନିଆଁ ଭଳି ବ୍ୟାପିଯାଇଛି। କନାଡା ଗଣମାଧ୍ୟମର ସୂଚନା ଅନୁଯାୟୀ, ଓଲ୍ଡ ଏଜ ହୋମରେ କୌଣସି ସୁବିଧା ନ ଥିବାରୁ ଏଠାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ହେଉଛି। ସରକାର ଏ ଦିଗରେ ଧ୍ୟାନ ନ ଦେଉଥିବା ଅଭିଯୋଗ ମଧ୍ୟ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri