କରୋନା ଭାଇରସ କବଳରେ ୩୧ ଦେଶ, ଜାପାନ ଜାହାଜରେ ଆଉ ଜଣଙ୍କର ମୃତ୍ୟୁ

ବେଜିଂ,୨୫।୨: କରୋନା ଭାଇରସର ଭୟାବହତା କମିବାର ନାଁ ନେଉନି। ଚାଇନାରେ ପ୍ରଥମକରି ଦେଖାଯାଇଥିବା ଏହି କରୋନା ଭାଇରସରେ ଏବେ ସେଠାରେ ପ୍ରାୟ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଥିରେ ସଂକ୍ରମିତ ଥିବା ୨,୬୬୩ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଚାଇନାର ହୁବଇ ଅଞ୍ଚଳରେ କରୋନା ଭାଇରସରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ମହାମାରୀ ଏବେ ପାଖାପାଖି ୩୧ ଦେଶକୁ ବ୍ୟାପିଥିବା କୁହାଯାଉଛି। ଏଥିମଧ୍ୟରେ ଚାଇନା ପରେ ସାଉଥ୍‌ କୋରିଆରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଜାପାନ ଉପକୂଳରେ ଲାଗିଥିବା ଏକ ଜାହାଜରେ ଫଶି ରହିଥିବା ପ୍ରାୟ ୩ ହଜାର ଲୋକଙ୍କ ମଧ୍ୟରୁ କେତେକଙ୍କୁ ଛାଡି ଦିଆଯାଇଥିବା ବେଳେ ଅନ୍ୟ କେତେଜଣ ଏବେବି ଜାହାଜରେ ଫସି ରହିଛନ୍ତି। ପୂର୍ବରୁ ଜାପାନ ଉପକୂଳରେ ଲାଗିଥିବା ଏହି ଜାହାଜ ଡାଇମଣ୍ଡ ପ୍ରିନସେସ୍‌ରେ କରୋନା ଭାଇରସ ଯୋଗୁ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଆଉ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ବ୍ୟକ୍ତିଙ୍କ ବୟସ ପାଖାପାଖି ୮୦ ବର୍ଷ ହେବ ବୋଲି କୁହାଯାଉଛି। ହେଲେ ତାଙ୍କ ସମ୍ପର୍କରେ ବିଶେଷ ସୂଚନା ମିଳିପାରି ନାହିଁ। ଅନ୍ୟପଟେ ଉକ୍ତ ଜାହାଜରେ ଫଶି ରହିଥିବା କେତେଜଣ ଭାରତୀୟ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ଅନ୍ୟ କେତେଜଣ ସେମାନଙ୍କୁ ଉଦ୍ଧାର କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri