Posted inଖେଳ

କରୋନା ଭାଇରସ ପ୍ରଭାବ: ଭାରତୀୟ ମହିଳା ହକି ଦଳର ଚାଇନା ଗସ୍ତ ବାତିଲ

ନୂଆଦିଲ୍ଲୀ,୭।୨(ପି.ଟି.)- କରୋନା ଭାଇରସ ଯୋଗୁ ଭାରତୀୟ ମହିଳା ହକି ଦଳର ଚାଇନା ଗସ୍ତ ବାତିଲ କରାଯାଇଛି। ଏଥିଯୋଗୁ ହକି ଇଣ୍ଡିଆ (ଏଚ୍‌ଆଇ) ସମସ୍ୟାରେ ଘେରି ହୋଇଯାଇଛି। ଅଲିମ୍ପିକ୍ସ ପୂର୍ବରୁ ମହିଳା ଦଳର ପ୍ରସ୍ତୁତି ପାଇଁ ଏଚ୍‌ଆଇକୁ ଏବେ ନୂଆ ପ୍ରତିଦ୍ୱନ୍ଦ୍ୱୀ ଖୋଜିବାକୁ ପଡ଼ିବ। ଭାରତୀୟ ମହିଳା ଦଳ ମାର୍ଚ୍ଚ ୧୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଚାଇନା ଗସ୍ତ କରିବାର ଥିଲା। କିନ୍ତୁ କରୋନା ଭାଇରସ ଯୋଗୁ ଚାଇନାରେ ୬୩୬ ଜଣଙ୍କ ମୃତ୍ୟୁ ହୋଇସାରିଛି। ଭାଇରସ କାରଣରୁ ଆମେ ଚାଇନା ଗସ୍ତ କରିବୁ ନାହିଁ। ବହୁ ଦଳ ଏବେ ପ୍ରୋ ହକି ଲିଗ୍‌ରେ ଭାଗ ନେଉଥିବାରୁ ସେମାନେ ଉପଲବ୍ଧ ନାହାନ୍ତି। ଏଚ୍‌ଆଇ ଓ ଆମ କୋଚ୍‌ମାନେ କେଉଁ ଦଳ ସହ ଆମେ ଖେଳିପାରିବୁ, ସେ ଦିଗରେ କାର୍ଯ୍ୟ କରୁଛନ୍ତି ବୋଲି ଭାରତୀୟ ଅଧିନାୟିକା ରାଣୀ ରାମ୍‌ପାଲ କହିଛନ୍ତି। ଆର୍ଜେଣ୍ଟିନା, ବେଲଜିୟମ, ଅଷ୍ଟ୍ରେଲିଆ, ଚାଇନା, ଗ୍ରେଟ ବ୍ରିଟେନ, ନେଦରଲାଣ୍ଡ, ନ୍ୟୁଜିଲାଣ୍ଡ ଓ ଆମେରିକା ଭଳି ଟପ୍‌ ଦଳ ଏଫ୍‌ଆଇଏଚ୍‌ ପ୍ରୋ ହକି ଲିଗ୍‌ରେ ଭାଗନେଇପାରିବେ। ଅଲିମ୍ପିକ୍ସକୁ ଆଉ ମାତ୍ର ୫ ମାସ ବାକିଥିବାବେଳେ ଅଭ୍ୟାସର ଗୁରୁତ୍ୱ ବଢ଼ୁଛି। ଭଲ ପ୍ରସ୍ତୁତି ଲାଗି ଆମକୁ ଶକ୍ତିଶାଳୀ ଦଳ ସହ ଖେଳିବା ଦରକାର ବୋଲି ରାଣୀ କହିଛନ୍ତି। ଗତବର୍ଷ ଭାରତୀୟ ଦଳ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆମେରିକାକୁ ହରାଇ ଅଲିମ୍ପିକ୍‌ ଯୋଗ୍ୟତା ହାସଲ କରିଥିଲା। ଭାରତୀୟ ମହିଳା ହକି ଦଳ ତୃତୀୟ ଥର ପାଇଁ ଅଲିମ୍ପିକ୍ସ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri