Posted inଜାତୀୟ

କରୋନା ଭାଇରସ ରୋଗୀ ଚିହ୍ନଟ ପରେ ଗେହଲଟ ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଜୟପୁର,୩।୩: ଚାଇନାରେ କାୟା ବିସ୍ତାର କରି ଚାଲିଥିବା କରୋନା ଭାଇରସ ଭାରତରେ ମଧ୍ୟ ତା’ର ଉପସ୍ଥିତି ଜାହିର କରି ସାରିଛି। ସୋମବାର ଭାରତରେ ୩ କରୋନା ଭାଇରସ ପଜିଟିଭ ଚିହ୍ନଟ ହେବା ପରେ ଏବେ ସମସ୍ତଙ୍କ ମନରେ ଛନକା ପସିଯାଇଛି। ଏମାନଙ୍କ ମଧ୍ୟରୁ ଜଣେ ଦିଲ୍ଲୀର, ଜଣେ ତେଲେଙ୍ଗାନାର ଓ ଅନ୍ୟଜଣେ ରାଜସ୍ଥାନ ଜୟପୁରର ବୋଲି ଜଣାପଡିଛି। ଏମାନଙ୍କୁ ଆଇସୋଲେଶନ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଥିବା ବେଳେ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ଏପଟେ ଜୟପୁରରେ ଜଣେ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇଥିଲେ। ଏହି ବୈଠକରେ ଗେହଲଟ କହିଛନ୍ତି କେନ୍ଦ୍ର ସରକାର କରୋନା ଭାଇରସକୁ ନେଇ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି ତାକୁ ପାଳନ କରାଯିବା ଉଚିତ। ଏହାସହ ରାଜ୍ୟରେ ଯେଉଁମାନେ ବିଦେଶରୁ ଫେରିଛନ୍ତି ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଉ ବୋଲି ସେ ନିର୍ଦ୍ଦେଶ ଦେଇଛନ୍ତି। କେହି ବିଦେଶ ଗସ୍ତ କରିବାର ଥିଲେ ସମସ୍ତ ନିୟମ ପାଳିବାକୁ ସେ କହିଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଏବେ ସାରା ବିଶ୍ୱକୁ କବଳିତ କରିଥିବା ବେଳେ ଆମେରିକାରେ ମଧ୍ୟ ଏଥିରେ ସଂକ୍ରମିତ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପଟେ ଚାଇନାରେ କରୋନା ଭାଇରସରେ ମୃତକଙ୍କ ସଂଖ୍ୟା ୩ ହଜାର ପାର କରିଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri