Posted inଜାତୀୟ

କରୋନା ଭାଇରସ ସଂକ୍ରମଣରେ ପ୍ରଥମ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୩।୩: ଡରାଇଲାଣି କରୋନା ଭାଇରସ। ବେଳକୁ ବେଳ ଏହା ଭାରତରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। କର୍ନାଟକର ଜଣେ ୭୬ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଏହା ଭାରତର କରୋନା ସଂକ୍ରମିତ ପ୍ରଥମ ମୃତ୍ୟୁ ବୋଲି କୁହାଯାଉଛି। ଫେବୃୟାରୀ ୨୯ରେ ଉକ୍ତ ବ୍ୟକ୍ତି ଜଣଙ୍କ ସୌଦି ଆରବରୁ ଫେରିଥିଲେ। ଏହାପରେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତ କରାଯାଇଥିଲା। ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁବାର ତାଙ୍କ ରିପୋର୍ଟ ଆସିବା ପରେ ସେ କରୋନାରେ ପୀଡିତ ଥିବା ଜଣାପଡିଛି। ତେବେ ସୌଦି ଆରବରୁ ଫେରିବା ବେଳେକୁ ବିମାନ ବନ୍ଦରରେ ତାଙ୍କର ଯାଞ୍ଚ ସମୟରେ କରୋନାର କୌଣସି ଲକ୍ଷଣ ତାଙ୍କ ନିକଟରେ ଦେଖାଯାଇ ନ ଥିବା କୁହାଯାଉଛି। କିନ୍ତୁ ମାର୍ଚ୍ଚ ୫ରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri