Posted inଖେଳ

କରୋନା ଭାଇରସ ସଂକ୍ରମଣ: ବ୍ରିଟିଶ ଅଲିମ୍ପିକ୍‌ ଆସୋସିଏଶନ ଚିନ୍ତିତ

ଲଣ୍ଡନ,୨୦।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ନେଇ ବ୍ରିଟିଶ ଅଲିମ୍ପିକ୍ସ ମୁଖ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଯଦି ଏହି ଭାଇରସ ସଂକ୍ରମଣକୁ ଠିକ୍‌ ସମୟରେ ନିୟନ୍ତ୍ରଣ ନ କରାଯାଏ ତା’ହେଲେ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆଥଲେଟମାନଙ୍କୁ ଉତ୍ସାହିତ କରାଯିବ ନାହିଁ ବୋଲି ସେ କହିଛନ୍ତି। ଅଲିମ୍ପିକ୍ସ ଅପେକ୍ଷା ଆଥଲେଟଙ୍କ ସ୍ବାସ୍ଥ୍ୟ ଅଧିକ ଗୁରୁତ୍ୱପୂର୍ଣ୍ଣ।
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜୁଲାଇ ୨୪ରୁ ଟୋକିଓ ଅଲିମ୍ପିକ୍ସ ଆରମ୍ଭ କରିବାକୁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି (ଆଇଓସି) ଚାହୁଁଛି। କିନ୍‌ୁ ବହୁ ସାଖ୍ୟାରେ ଆଥଲେଟ କରୋନା ଭାଇରସ କାରଣରୁ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତିରେ ସମସ୍ୟାର ସମ୍ମୁଖୀନ ହେବା କଥା କହିଛନ୍ତି। ଭାଇରସ୍‌କୁ ରୋକିବା ପାଇଁ ସାମାଜିକ ଦୂରତ୍ୱ ରକ୍ଷା କରିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଥିବାରୁ ଏଭଳି ସମସ୍ୟା ଉପୁଜିଛି ବୋଲି ଆଥଲେଟମାନେ କହିଛନ୍ତି।
୮୦୦ମିଟର ଦୌଡ଼ରେ ଅଲିମ୍ପିକ୍ସରେ ସାମିଲ ହେବାକୁ ଲକ୍ଷ୍ୟ ରଖିଥିବା ଗେ ଲିୟରମନ୍ଥ ପ୍ରଥମ ବ୍ରିଟିଶ ଆଥଲେଟ ଭାବେ ଅଲିମ୍ପିକ୍ସ ଅଂଶଗ୍ରହଣ ନେଇ ସତର୍କ କରାଇ ଦେଇଛନ୍ତି। ପୂର୍ବରୁ ମଧ୍ୟ ଅଲିମ୍ପିକ ପୋଲ ଭୋଲ୍ଟ ଚାମ୍ପିୟନ କାଟେରିନା ଷ୍ଟିଫାନିଡି ଏ ନେଇ ଆଇଓସିକୁ କଡ଼ା ସମାଲୋଚନା କରିଛନ୍ତି।କରୋନା ଭାଇରସ ଆତଙ୍କ କାରଣରୁ ୟୁରୋ ୨୦୨୦ ଓ କୋପା ଆମେରିକାକୁ ସ୍ଥଗିତ ରଖଯାଇଛି। ସେହିପରି ଅଲିମ୍ପିକ୍ସକୁ ସ୍ଥଗିତ କିମ୍ବା ବାତିଲ କରାଯିବା ନେଇ ଦାବି ହୋଇଛି। ଆଥଲେଟମାନଙ୍କ ସ୍ବାସ୍ଥ୍ୟକୁ ବିପଦରେ ପକାଇବାକୁ ଆମେ ଚାହୁଁ ନାହୁଁ। ଯେତେବେଳେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ ସରକାର ଓ ପବ୍ଲିକ ହେଲ୍‌ଥ ଗାଇଡ ଲାଇନ୍‌ ଅନୁସାରେ ଆଥଲେଟମାନେ ଅଲିମ୍ପିକ ପ୍ରସ୍ତୁତି ନେଇ ପ୍ରୟାସ କରିବେ ବୋଲି ବ୍ରିଟିଶ ଅଲିମ୍ପିକ୍ସ ଆସୋସିଏସନ (ବିଓଏ) ତରଫରୁ କୁହାଯାଇଛି। ଉଲ୍ଲେଖଥାଉ କି, ବିଓଏ ଓ ବ୍ରିଟିଶ ସ୍ପୋଟର୍‌ସ ଫେଡେରେଶନର କେତେଜଣ ଅଧିକାରୀ ଟୋକିଓରୁ କେତେଗୁଡିଏ ଭେନ୍ୟୁ, ର୍‌ଆଥ୍‌ଲେଟ ଭିଲେଜ ବା କ୍ରୀଡ଼ା ଗ୍ରାମ ପରି ଦର୍ଶନ କରି ସ୍ବଦେଶ ଫେରିଛନ୍ତି। ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତି ଠିକ୍‌ ବାଟରେ ଚାଲିଛି ବୋଲି ଏମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri