କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ବହୁ ଲୋକ ସାନିଟାଇଜର ବ୍ୟବହାର କରିବାକୁ ଏବେ ପସନ୍ଦ କରୁଛନ୍ତି। ବଜାରରେ ସାଧାରଣତଃ ୨ ପ୍ରକାର ସାନିଟାଇଜର ମିଳିଥାଏ। ଗୋଟିଏ ଆଲକୋହଲ ଯୁକ୍ତ ସାନିଟାଇଜର ହୋଇଥିବାବେଳେ ଅନ୍ୟଟି ବିନା ଆଲକୋହଲ ଯୁକ୍ତ ସାନିଟାଇଜର। ବିନା ଆଲକୋହଲ ଯୁକ୍ତ ସାନିଟାଇଜରରେ କ୍ୱାଟେନାରୀ ଆମୋନିୟମ୍‌ ଯୌଗିକ ରହିଥାଏ। ସାଧାରଣତଃ ଏଥିରେ ବେଞ୍ଜାଲକୋନିୟମ୍‌ କ୍ଲୋରାଇଡ୍‌ର ବ୍ୟବହାର କରାଯାଇଥାଏ। ଏହା କିଛି ଅଣୁଜୀବ ନଷ୍ଟ କରିବାକୁ ସକ୍ଷମ ହୋଇଥାଏ। ଅପରପକ୍ଷରେ ଆଲକୋହଲ ଯୁକ୍ତ ସାନିଟାଇଜରରେ ୬୦ରୁ ୯୫ ପ୍ରତିଶତ ପର୍ଯ୍ୟନ୍ତ ଆଲକୋହଲ(ଆଇସୋପ୍ରୋପାଇଲ୍‌ ଆଲକୋହଲ, ଇଥାନଲ୍‌) ରହିଥାଏ। ଆଲକୋହଲ ଯୁକ୍ତ ସାନିଟାଇଜରବ୍ୟବହାର ଦ୍ୱାରା ହାତରେ ଲାଗି ରହିଥିବା ବହୁ ଅଣୁଜୀବ, ତଥା ରୋଗ ସୃଷ୍ଟି କରୁଥିବା ଭୂତାଣୁ ସହଜରେ ନଷ୍ଟ ହୋଇଯାଇଥାନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ୬୦ ପ୍ରତିଶତରୁ ଅଧିକ ଆଲକୋହଲ ଥିବା ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି। ଆଲକୋହଲ କରୋନା ଭୂତାଣୁ ଉପରେ ଥିବା ପ୍ରୋଟିନ୍‌ସ୍ତରକୁ ନଷ୍ଟ କରିଥାଏ। ଏହି ପ୍ରୋଟିନ୍‌ସ୍ତର କରୋନା ଭୂତାଣୁର ସୁରକ୍ଷା କବଚ ଭାବେ କାର୍ଯ୍ୟ କରିଥାଏ। ମାତ୍ର ଆଲକୋହଲ ଏହି ବାହ୍ୟ ଆବରଣକୁ ଦ୍ରବିଭୁତ କରି ଦିଏ। ଫଳରେ କରୋନା ଭୂତାଣୁ ବିନା ଆବରଣରେ ନିଷ୍କ୍ରିୟ ହୋଇଯାଇଥାଏ। କିନ୍ତୁ ସାନିଟାଇଜର ଅପେକ୍ଷା ୨୦ ସେକେଣ୍ଡ ପର୍ଯ୍ୟନ୍ତ ସାବୁନରେ ହାତ ଧୋଇଲେ କରୋନା ଭୂତାଣୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri