କରୋନା ଭୂତାଣୁଠାରୁ କିପରି ଦୂରେଇ ରଖେ ସାନିଟାଇଜର

ଓ୍ବାଶିଂଟନ,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ବହୁ ଲୋକ ସାନିଟାଇଜର ବ୍ୟବହାର କରିବାକୁ ଏବେ ପସନ୍ଦ କରୁଛନ୍ତି। ବଜାରରେ ସାଧାରଣତଃ ୨ ପ୍ରକାର ସାନିଟାଇଜର ମିଳିଥାଏ। ଗୋଟିଏ ଆଲକୋହଲ ଯୁକ୍ତ ସାନିଟାଇଜର ହୋଇଥିବାବେଳେ ଅନ୍ୟଟି ବିନା ଆଲକୋହଲ ଯୁକ୍ତ ସାନିଟାଇଜର। ବିନା ଆଲକୋହଲ ଯୁକ୍ତ ସାନିଟାଇଜରରେ କ୍ୱାଟେନାରୀ ଆମୋନିୟମ୍‌ ଯୌଗିକ ରହିଥାଏ। ସାଧାରଣତଃ ଏଥିରେ ବେଞ୍ଜାଲକୋନିୟମ୍‌ କ୍ଲୋରାଇଡ୍‌ର ବ୍ୟବହାର କରାଯାଇଥାଏ। ଏହା କିଛି ଅଣୁଜୀବ ନଷ୍ଟ କରିବାକୁ ସକ୍ଷମ ହୋଇଥାଏ। ଅପରପକ୍ଷରେ ଆଲକୋହଲ ଯୁକ୍ତ ସାନିଟାଇଜରରେ ୬୦ରୁ ୯୫ ପ୍ରତିଶତ ପର୍ଯ୍ୟନ୍ତ ଆଲକୋହଲ(ଆଇସୋପ୍ରୋପାଇଲ୍‌ ଆଲକୋହଲ, ଇଥାନଲ୍‌) ରହିଥାଏ। ଆଲକୋହଲ ଯୁକ୍ତ ସାନିଟାଇଜରବ୍ୟବହାର ଦ୍ୱାରା ହାତରେ ଲାଗି ରହିଥିବା ବହୁ ଅଣୁଜୀବ, ତଥା ରୋଗ ସୃଷ୍ଟି କରୁଥିବା ଭୂତାଣୁ ସହଜରେ ନଷ୍ଟ ହୋଇଯାଇଥାନ୍ତି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ୬୦ ପ୍ରତିଶତରୁ ଅଧିକ ଆଲକୋହଲ ଥିବା ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି। ଆଲକୋହଲ କରୋନା ଭୂତାଣୁ ଉପରେ ଥିବା ପ୍ରୋଟିନ୍‌ସ୍ତରକୁ ନଷ୍ଟ କରିଥାଏ। ଏହି ପ୍ରୋଟିନ୍‌ସ୍ତର କରୋନା ଭୂତାଣୁର ସୁରକ୍ଷା କବଚ ଭାବେ କାର୍ଯ୍ୟ କରିଥାଏ। ମାତ୍ର ଆଲକୋହଲ ଏହି ବାହ୍ୟ ଆବରଣକୁ ଦ୍ରବିଭୁତ କରି ଦିଏ। ଫଳରେ କରୋନା ଭୂତାଣୁ ବିନା ଆବରଣରେ ନିଷ୍କ୍ରିୟ ହୋଇଯାଇଥାଏ। କିନ୍ତୁ ସାନିଟାଇଜର ଅପେକ୍ଷା ୨୦ ସେକେଣ୍ଡ ପର୍ଯ୍ୟନ୍ତ ସାବୁନରେ ହାତ ଧୋଇଲେ କରୋନା ଭୂତାଣୁ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri