କରୋନା ଭୟରେ ଛୁଇଁଲେନି ମୃତଦେହ

ଚମ୍ପୁଆ, ୨୦ା୪(ଡି.ଏନ.ଏ.): କରୋନା ଭୟରେ ବାଙ୍ଗାଲୋର ଫେରନ୍ତା ଜଣେ ଯୁବକଙ୍କ ମୃତଦେହକୁ ଗ୍ରାମବାସୀ ନ ଛୁଇଁବା ଘଟଣା କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଖବରପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ତାଙ୍କ ପରିବାର ଲୋକଙ୍କ ସହାୟତାରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।
ବାଙ୍ଗାଲୋରରେ କାମ କରୁଥିବା ବଳଭଦ୍ରପୁର ଗ୍ରାମର ରଞ୍ଜନ ପ୍ରଧାନ ଗତ ମାର୍ଚ୍ଚ ୯ତାରିଖରେ ଘରକୁ ଫେରିଥିଲେ। ଲକ୍‌ଡାଉନ୍‌ ସମୟରେ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ହୋମ୍‌ କ୍ୱାରାଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦିଆଯାଇଥିଲା। ରବିବାର ଅପରାହ୍ନ ୫ଟାରେ ସେ ବସିଥିବା ବେଳେ ତାଙ୍କ ମୁଣ୍ଡ ବୁଲାଇବା ସହିତ ବାନ୍ତି ହୋଇଥିଲା। ପରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଖାନା ଆଣିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ କରୋନା ଭୟରେ ଗ୍ରାମବାସୀ ଶବ ସତ୍କାର ପାଇଁ ଅମଙ୍ଗ ହେବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଅଡି ବସିଥିଲେ। ରାତିସାରା ମୃତଦେହ ଘରେ ପଡିରହିଥିଲା। ସୋମବାର ସକାଳେ ଖବର ପାଇ ଚମ୍ପୁଆ ଥାନା ଆଇଆଇସି ମନୋରଞ୍ଜନ ପ୍ରଧାନ, ଝୁମ୍ପୁୁରା ତହସିଲଦାର ପ୍ରତିଭା ପୃଷ୍ଟି, ଝୁମ୍ପୁରା ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅଶୋକ ବେହେରା, କ୍ଷୀରୋଦ ମହାନ୍ତ, ବେଦପ୍ରକାଶ ନାଏକଙ୍କ ସମେତ ନୋଡାଲ ଅଫିସର ଜୀବନ କୁମାର ବେହେରା, ସୁଶୀଲ କୁମାର ନାଏକ ଏବଂ ସ୍ବାସ୍ଥ୍ୟକର୍ମୀ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ। ଅଧିକାରୀମାନେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri