କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଆଇସୋଲେଶନରେ ରଖାଯାଇଥିବା ଜଣାପଡିଛି। ଅଭିନେତା ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି କରୋନା ଭାଇରସ କାରଣରୁ ତାଙ୍କୁ ଆଇସୋଲେଶନ ଓ କ୍ୱାରାଣ୍ଟାଇନରେ ରଖାଯାଇଛି। ପତ୍ନୀ ସାଇରା ବାନୁ ତାଙ୍କର ସମସ୍ତ ଯତ୍ନ ନେଉଥିବା ବେଳେ ଯେମିତି ତାଙ୍କୁ କୌଣସି ସଂକ୍ରମଣ ନ ହେବ ସେଥିପ୍ରତି ସାଇରା ବିଶେଷ ଧ୍ୟାନ ଦେଇଛନ୍ତି ବୋଲି ଟ୍ରାଜେଡି କିଙ୍ଗ ଉଲ୍ଲେଖ କରିଛନ୍ତି। ୯୭ ବର୍ଷୀୟ ଅଭିନେତା ଦିଲ୍ଲୀପ କୁମାର ଆହୁରି ମଧ୍ୟ କହିଛନ୍ତି କରୋନା ଦାଉରୁ ରକ୍ଷା ପାଇବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ ମାନି ଚଳନ୍ତୁ ଓ ଯେତେ ସମ୍ଭବ ନିଜକୁ ଘରେ ରଖିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

ପିଇବା ପାଣିର ବଜାରୀକରଣ

ବିଗତ ସତୁରି ଅଶୀ ଦଶକର କଥା। ବିନା ଦ୍ୱନ୍ଦ୍ୱରେ କୂଅ ଓ ନଳକୂଅରୁ ସିଧା ସଳଖ ଆମେ ପାଣି ପିଇ ଦେଉଥିଲୁ। ଏ କଥା ଏବେ ଭାବିଲା…

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri