Posted inଜାତୀୟ

କରୋନା ଭୟ: ଇରାନ୍‌ରେ ଫସିଥିବା ଭାରତୀୟ, ଉଦ୍ଧାର ପାଇଁ ସରକାରଙ୍କୁ କଲେ ନିବେଦନ

ନୂଆଦିଲ୍ଲୀ,୨।୩: ଚାଇନାରେ ସୃଷ୍ଟ କରୋନା ଭାଇରସ୍‌ ଏବେ ମହାମାରୀର ରୂପ ନେଇଥିବା ବେଳେ ଅନ୍ୟ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ଇରାନରେ କରୋନା ଭାଇରସ୍‌ରେ ପ୍ରଭାବିତ ସହରରେ କେତେକ ଭାରତୀୟ ଏବେ ଫସିରହିଛନ୍ତି। ଫସିରହିଥିବା ଭାରତୀୟ ତାଙ୍କୁ ଉଦ୍ଧାର ପାଇଁ ଭାରତ ସରକାରଙ୍କୁ ନିବେଦନ କରାଯାଇଛି। ସେହିପରି ଇରାନ ସହରକୁ ପ୍ରାୟ ୮ଶହ ବିଦ୍ୟାର୍ଥୀ ଇସ୍‌ଲାମିକ ଶିକ୍ଷା ଗ୍ରହଣ କରିବା ପାଇଁ ଯାଇଥିବା ବେଳେ କରୋନା ଯୋଗୁ ସେମାନେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଉଦ୍ଧାର ପାଇଁ ଭାରତୀୟ ଦୂତାବାସଙ୍କୁ ୧୫୦ ଛାତ୍ରଙ୍କ ତାଲିକା ପଠାଇ ଦିଆଯାଇଥିବା ବେଳେ ଅନ୍ୟମାନଙ୍କ ତାଲିକା ପ୍ରସ୍ତୁତ ହେଉଛି ହେଉଛି ବୋଲି ଲକ୍ଷ୍ନୌ ମଦ୍ରାସାର ଅଧ୍ୟକ୍ଷ କହିଛନ୍ତି। ଇରାନର ଖୁମ୍‌ ସହରରେ ଥିବା ମୁସ୍ତଫା ଇଣ୍ଟରନ୍ୟାଶନାଲ ୟୁନିଭର୍ସଟିରେ ପଢ଼ୁଥିବା ଭାରତୀୟ ଛାତ୍ର ତୁରନ୍ତ ସ୍ବଦେଶକୁ ଫେରିବାକୁ ଚାହୁଁଛନ୍ତି। କାରଣ କରୋନା ଭାଇରସ୍‌ ସବୁଠାରୁ ଅଧିକ ଏହି ସହରରେ ବ୍ୟାପିଛି। ଏଥିଯୋଗୁ ବିମାନ ଯାତ୍ରା ମଧ୍ୟ ପ୍ରଭାବିତ ହୋଇଥିବାରୁ ସେମାନେ ଭାରତକୁ ଆସିପାରୁ ନାହାନ୍ତି। ଅପରପକ୍ଷେ କେତେକ ଭାରତୀୟ ଇରାନକୁ କୌଣସି କାର୍ଯ୍ୟ ପାଇଁ ଯାଇଥିବା ବେଳେ ବିମାନ ସେବା ବନ୍ଦ ଥିବାରୁ ଆଉ ଫେରି ପାରୁ ନ ଥିବା କହିଛନ୍ତି। ଫଳରେ ତାଙ୍କୁ ଉଦ୍ଧାର କରିବା ପାଇଁ ସରକାରଙ୍କୁ ସେମାନେ ଗୁହାରୀ କରିଛନ୍ତି। ତେବେ ଫସି ରହିଥିବା ଛାତ୍ରଙ୍କ ମଧ୍ୟରୁ ଅଧିକତର ଦିଲ୍ଲୀ ଓ ଲକ୍ଷ୍ନୌର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri