Posted inଜାତୀୟ

କରୋନା ଭୟ: ଜେଲରେ ବନ୍ଦୀ ଥିବା ୫୮୦୦ କଏଦୀଙ୍କୁ ମୁକ୍ତ କରିପାରନ୍ତି ପଞ୍ଜାବ ସରକାର

ଚଣ୍ଡିଗଡ଼,୧୮।୩: ଦିନକୁ ଦିନ ଦେଶରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୧୫୨ ଛୁଇଁଥିବା ବେଳେ ପଞ୍ଜାବରେ ଗୋଟିଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କରୋନାକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଉଦ୍ୟମ ଚଳାଇଥିବା ବେଳେ ବିଭିନ୍ନ ସତର୍କତା ଅବଲମ୍ବନ କରାଯାଉଛି। ଏବେ ସରକାରଙ୍କ ନଜର ରାଜ୍ୟର ଜେଲ୍‌ଗୁଡ଼ିକ ଉପରେ ରହିଛି। କରୋନାରୁ ବର୍ତ୍ତିବା ପାଇଁ ଜେଲ୍‌ ଗୁଡ଼ିକୁ ଜୀବଣୁ ଶୂନ୍ୟ କରାଯାଉଥିବା ବେଳେ ଏବେ ପଞ୍ଜାବ ସରକାର ଜେଲରେ ବନ୍ଦୀ ଥିବା କଏଦୀଙ୍କୁ ମୁକ୍ତ କରିବାକୁ ବିଚାର କରୁଛନ୍ତି। ଜେଲରେ ବନ୍ଦୀ ଥିବା ୫୮୦୦ କଏଦୀଙ୍କୁ ମୁକ୍ତ କରିବା ପାଇଁ ପଞ୍ଜାବର ଜେଲ ମନ୍ତ୍ରୀ ଏସ୍‌.ଏସ୍‌. ରନ୍ଧଓ୍ବା ବୁଧବାର ସରକାରଙ୍କୁ ଏକ ପ୍ରସ୍ତାବ ଦେଇଛନ୍ତି। ଯେଉଁମାନେ ଏକାଧିକ ଅପରାଧରେ ଜଡିତ ନାହାନ୍ତି ସେମାନଙ୍କୁ କେବଳ ମୁକ୍ତ କରାଯିବ। ଯେପରିକି ୨୮୦୦ କଏଦୀ କେବଳ ଛୋଟମୋଟ ଲୁଟ୍‌ରେ ସଂଶ୍ଳିଷ୍ଟ ଥାଇ ଜେଲ୍‌ରେ ରହିଛନ୍ତି ଏବଂ ୩୦୦୦ କଏଦୀ କମ୍‌ ମାତ୍ରାରେ ଡ୍ରଗ୍ସ ଚୋରାଚାଲାଣ କରି ଧରାପଡ଼ିଛନ୍ତି। ଏଭଳି ଅପରାଧୀମାନଙ୍କୁ ମୁକ୍ତ କରିବାକୁ ବିଚାର କରାଯାଉଛି। ଏନେଇ ରାଜ୍ୟର ଡିଜିପି, ଏଡିଜିପି ଓ ଏସ୍‌ପିଙ୍କ ସହ ବିଚାର ବିମର୍ଶ କରାଯାଉଛି। ତେବେ ସମସ୍ତଙ୍କ ସହମତିକ୍ରମେ କୌଣସି ନିଷ୍ପତ୍ତି ନିଆଯିବ ବୋଲି ରନ୍ଧଓ୍ବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri