Posted inଜାତୀୟ

କରୋନା ଭୟ: ବନ୍ଦ ହେଲା ନୌସମରାଭ୍ୟାସ

ନୂଆଦିଲ୍ଲୀ,୪ା୩: କରୋନା ସଂକ୍ରମଣ ଭୟରେ ନୌସେନା ଏହାର ସର୍ବବୃହତ ସମରାଭ୍ୟାସ ‘ମିଲନ’କୁ ସ୍ଥଗିତ ରଖିଛି। ମାର୍ଚ୍ଚ ୧୮ରୁ ୨୮ ପର୍ଯ୍ୟନ୍ତ ବିଶାଖାପାଟଣାରେ ଏହି ସମରାଭ୍ୟାସ ଅନୁଷ୍ଠିତ ହେବାର ଥିଲା। ଆମେରିକା, ରୁଷିଆ, ଫ୍ରାନ୍ସ ସମେତ ବିଭିନ୍ନ ଦେଶର ନୌସେନା ଏଥିରେ ସାମିଲ ହେବାକୁ ଆଗ୍ରହ ପ୍ରକାଶ କରିଥିଲେ। ତେବେ କରୋନା ସଂକ୍ରମଣକୁ ନେଇ ଭ୍ରମଣ କଟକଣା ଜାରି ହୋଇଥିବାରୁ ଅଂଶଗ୍ରହଣକାରୀଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ଏହାକୁ ସ୍ଥଗିତ ରଖାଯାଇଛି। ପରେ ଏଥିପାଇଁ ନୂଆ କାର୍ଯ୍ୟସୂଚୀ ସ୍ଥିର ହେବ ବୋଲି ନୌସେନା ମୁଖପାତ୍ର କମାଣ୍ଡର ବିବେକ ମାଧ୍ୱାଲ କହିଛନ୍ତି। ଅନ୍ୟପକ୍ଷରେ କରୋନା ସଂକ୍ରମଣ ସନ୍ଦିଗ୍ଧଙ୍କ ସଂଖ୍ୟା ବଢ଼ୁଥିବାରୁ କ୍ୱାରାଣ୍ଟାଇନ ଶିବିର ଖୋଲିବାକୁ ସଶସ୍ତ୍ର ବଳକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri