କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା ନିକଟରେ ଅଟକି ଥିଲେ। କରୋନା ଲାଗି ଭୟଭୀତ ହୋଇପଡିଥିବା ସ୍ଥାନୀୟ ଲୋକେ ସେଠାରେ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ଉପସ୍ଥିତି ଦେଖି ଏହାକୁ ସହଜରେ ଗ୍ରହଣ କରି ନ ପାରି ନ ଥିଲେ। ସେମାନେ ପାଟିତୁଣ୍ଡ କରିବାରୁ ବିଦେଶୀ ପର୍ଯ୍ୟଟକ ଜଣଙ୍କ ଭୟରେ ରାସ୍ତାକଡ଼ ଜଙ୍ଗଲ ମଧ୍ୟକୁ ପଶି ଯାଇଥିଲେ। ଲୋକେ ପିଛା କରି ତାଙ୍କୁୁ ଅଟକ ରଖିଥିଲେ। ସ୍ଥାନୀୟ ବନ କର୍ମଚାରୀ ଏହା ଜାଣି ଘଟଣାସ୍ଥଳକୁ ଯାଇ ଏ ସମ୍ପର୍କରେ ମହୁଲଡିହା ଥାନକୁ ଜଣାଇଥିଲେ। ପୋଲିସ ପହଞ୍ଚି ସେଠାରୁ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲା। ପରେ ସ୍ବାସ୍ଥ୍ୟ ପରୀକ୍ଷା ସକାଶେ ତାଙ୍କୁ ଆଣଇ ଅପରାହ୍ନ ସାଢେ ୪ଟାରେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାରମ୍ଭିକ ପରୀକ୍ଷା ପରେ ବିଦେଶୀ ପର୍ଯ୍ୟଟକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଡାକ୍ତର କହିଛନ୍ତି। ଖବର ପାଇ ବିଡ଼ିଓ ଶ୍ୟାମସୁନ୍ଦର ଟୁଡୁ ଏବଂ ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଅନୁଧ୍ୟାନ କରିଥିଲେ। ଏହି ବିଦେଶୀ ପର୍ଯ୍ୟଟକ ଗତ ଜାନୁୟାରୀରେ ପାସପୋର୍ଟ କରି ଭାରତକୁ ଆସି ବିଭିନ୍ନ ସ୍ଥାନ ଭ୍ରମଣ କରୁଥିଲେ। ସେ କେରଳରୁ ବାଇକ୍‌ ଧରି ଓଡ଼ିଶା ଆସି ମୟୂରଭଞ୍ଜ ପରିଦର୍ଶନରେ ଆସିଥିଲେ ବୋଲି ପୋଲିସ କହିଛି। ଠାକୁରମୁଣ୍ଡାରେ ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ବାରିପଦା ପଠାଯାଇଛି। ତାଙ୍କୁ ଛଡାଯିବ କିମ୍ବା ଅଧିକ ଚିକିତ୍ସା କରାଯିବ ସେ ନେଇ ମୟୂରଭଞ୍ଜ ଜିଲାପାଳି ନିଷ୍ପତ୍ତି ନେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri