Posted inଜାତୀୟ

କରୋନା ଭୟ: ବିଲେଇକୁ ଦେଶାନ୍ତର କରାଗଲା

ଚେନ୍ନାଇ,୪ା୩: ବିଶ୍ୱବ୍ୟାପୀ ଏବେ କରୋନା ଭାଇରସ୍‌ ଆତଙ୍କ। ଚାଇନାରୁ ମାଡ଼ି ଏବେ ୬୬ ଦେଶକୁ ଏହା ବ୍ୟାପିଲାଣି। ଭାରତ ବି ଏଥିରୁ ବାଦ୍‌ ପଡ଼ିନି। ଚାରିଆଡ଼େ ଏହାକୁ ଦେଇ ଭୟ ଲାଗିରହିଥିବା ବେଳେ ୨୦ ଦିନ ତଳେ ଚାଇନାରୁ ଏକ କଣ୍ଟେନର୍‌ରେ ଭୁଲବଶତଃ ଚେନ୍ନାଇ ଚାଲି ଆସିଥିବା ବିଲେଇକୁ ପୁଣି ଚେନ୍ନାଇ ବନ୍ଦରରୁ ସେଠାକୁ ପଠାଇ ଦିଆଯାଇଛି। କାରଣ ହେଉଛି, ବିଲେଇଟି କାଳେ କରୋନା ସଂକ୍ରମଣ ହୋଇଥିବ। ପେଟା ଇଣ୍ଡିଆର ଅନୁରୋଧ କ୍ରମେ ଏଭଳି କରାଯାଇଛି। ତେବେ ଗୃହପାଳିତ ଜୀବଙ୍କୁ କରୋନା କବଳିତ କରିପାରେ ନାହିଁ ବୋଲି ଆମେରିକା ପକ୍ଷରୁ ସଫେଇ ଦିଆଯାଇଛି। ତେବେ ସେ ଯାହାହେଉ, ଦୀର୍ଘ ୨୦ ଦିନର ଯାତ୍ରାରେ କିଛି ନ ଖାଇ ବିଲେଇଟି କିପରି ବଞ୍ଚିଲା, ତାକୁନେଇ ପ୍ରଶ୍ନ ଉଠିଛି। ସିଙ୍ଗାପୁର, କଲମ୍ବୋ ଆଦି ସ୍ଥାନରେ ଜାହାନରେ ଚାଲିଆସିଥିବା ଏହି ବିଲେଇ ମାଲ୍‌ ଲୋଡ୍‌, ଅନ୍‌ଲୋଡ୍‌ ବେଳେ ଆଉ କେଉଁଠାରୁ ଚାଲିଆସିନି ତ? ତାକୁନେଇ ମଧ୍ୟ ପ୍ରଶ୍ନ ଉଠିଛି। ଚାଇନାରେ ବିଲେଇକୁ ମାଂସ ଓ ଚମଡ଼ା ପାଇବା ଲାଗି ହତ୍ୟା କରାଯାଇଥାଏ। ତେଣୁ ବିଲେଇର ଦେଶାନ୍ତର କରା ନ ଯାଇ ତା’ର ଚିକିତ୍ସା କରାଯିବା ଉଚିତ୍‌ ହୋଇଥାନ୍ତା ବୋଲି କେତେକ ସଫେଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri