କରୋନା ଭୟ: ଭିଡ଼ିଓ କଲ୍‌ ମାଧ୍ୟମରେ ହେଲା ନିର୍ବନ୍ଧ!

ଅହମଦାବାଦ,୧୯।୩: କରୋନା ଭାଇରସ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। ଗୋଟିଏ ସ୍ଥାନରେ ଗହଳି କରିବାକୁ ସରକାର ବାରଣ କରିଛନ୍ତି। ଏଭଳି ପରିସ୍ଥିତିରେ ଝିଅ ପୁଅଙ୍କ ବିବାହ ପାଇଁ ଅପେକ୍ଷା କରିଥିବା ପରିବାର ଅଡୁଆରେ ପଡିଯାଇଛନ୍ତି। ଗୁଜରାଟର ଅହମଦାବାଦରେ ଜଣେ ଝିଅଙ୍କ ନିର୍ବନ୍ଧ ପାଇଁ ପରିବାର ଲୋକେ ଭିଡିଓ କଲର ସାହାଯ୍ୟ ନେଇଥିବା ଜଣାପଡିଛି। ଉଭୟ ପର ପରିବାର ଭିଡିଓ କଲ୍‌ ଜରିଆରେ ନିର୍ବନ୍ଧ କାମ କରୁଥିବା ଦେଖାଯାଇଛି। ଏମିତିକି ପଣ୍ଡିତ ମନ୍ତ୍ର ପଢିବା ପରେ କନ୍ୟା ପକ୍ଷର ଜଣେ ମହିଳା ଝିଅ ମୁଣ୍ଡରେ ଲାଲ ଓଢଣି ଢାଙ୍କି ଦେଉଥିବା ଦେଖାଯାଇଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡ଼ିଓକୁ ବିଭିନ୍ନ ଦେଶରେ ଖବର ଭାବେ ପ୍ରଚାର ପ୍ରସାର କରାଯାଉଥିବା ବେଳେ କରୋନା ଭାଇରସ ପ୍ରତି ସତର୍କତା ମଧ୍ୟ ସୃଷ୍ଟି କରାଯାଉଥିବା ଜଣାପଡିଛି। କରୋନା ଭାଇରସରେ ଏବେ ଭାରତରେ ୧୬୮ ଜଣ ସଂକ୍ରମିତ ହୋଇଥିବା ବେଳେ ସାରା ବିଶ୍ୱରେ ୨ଲକ୍ଷରୁ ଅଧିକ ଲୋକ ଏଥିରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହାସହ ବିଶ୍ୱବ୍ୟାପୀ ୮ ହଜାର ଲୋକଙ୍କର ଏଥିରେ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ତେଣୁ ଏବେ କୁହାଯାଇଛି କାହାକୁ ଆଲିଙ୍ଗନ କରନ୍ତୁ ନାହିଁ, କର ମର୍ଦ୍ଦନ କରନ୍ତୁ ନାହଁି, ଗୋଟିଏ ସ୍ଥାନରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଏକାଠି ରୁହନ୍ତୁ ଇତ୍ୟାଦି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ପରିବାର ଭିଡିଓ କଲ୍‌ ଜରିଆରେ ନିର୍ବନ୍ଧ କରିଥିବାରୁ ସମସ୍ତେ ଏହାକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri