କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍‌ସିବି

କଟକ ଅଫିସ,୧୮ା୩: ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା ଯୋଗାଇ ଦିଆଯିବ ସେ ନେଇ ଚିନ୍ତା ବଢିଛି। କରୋନା ନିମନ୍ତେ ସ୍ବତନ୍ତ୍ର ଭାବେ ୧୦୦୦ ଶଯ୍ୟାବିଶିଷ୍ଟ ଆଇସୋଲେଶନ ୱାର୍ଡ ଖୋଲିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏସ୍‌ସିବି ମେଡିକାଲ ଯକ୍ଷ୍ମା ଓ ଛାତି ରୋଗ ବିଭାଗର ନୂତନ ବିଲ୍ଡିଂରେ ଏହି ୱାର୍ଡ ଖୋଲିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏହାକୁ ତ୍ୱରାନ୍ବିତ କରିବା ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ଖୋଲିବା ଲାଗି ଚାଲିଛି ଜୋରଦାର ପ୍ରୟାସ। ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ଲାଗି ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ଏସ୍‌ସିବି ମେଡିକାଲର ଅତିରିକ୍ତ ଅଧୀକ୍ଷକ ଡା. ଶ୍ରୀକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଗଠିତ ଟିମ୍‌ରେ ନୋଡାଲ ଅଫିସର ଭାବେ ଛାତି ଓ କ୍ଷକ୍ଷ୍ମା ରୋଗ ବିଭାଗୀର ମୁଖ୍ୟ ପ୍ରଫେସର ମନୋରଞ୍ଜନ ପଟ୍ଟନାୟକ, ସଦସ୍ୟ ଭାବେ ଭେଷଜ, ନିଶ୍ଚେତକ, କମ୍ୟୁନିଟି ଭେଷଜ, ଇଏନ୍‌ଟି ବିଭାଗର ମୁଖ୍ୟଙ୍କ ସହିତ ଜରୁରିକାଳୀନ ଅଧିକାରୀ ଏବଂ ଷ୍ଟୋର ଅଫିସର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri