କରୋନା ଭୟ: ୧୨ ପ୍ରତିଶତ ଭାରତୀୟଙ୍କ ଆଖିକୁ ନାହିଁ ନିଦ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସାମାଜିକ ଦୂରତା, ମାସ୍କ୍‌ ବ୍ୟବହାର, ବାରମ୍ବାର ହାତ ଧୋଇବା, ସାନିଟାଇଜର ବ୍ୟବହାର ଆଦି ନେଇ ଲୋକଙ୍କ ବ୍ୟସ୍ତ ବିବ୍ରତ ହୋଇପଡ଼ିଛନ୍ତି। ଭାରତରେ କରୋନା ଭୟ ଯୋଗୁ ୧୨ ପ୍ରତିଶତ ଲୋକଙ୍କ ଆଖିକୁ ନିଦ ନାହିଁ। ଅପରପକ୍ଷରେ ୪୦ ପ୍ରତିଶତ ଭାରତୀୟ କରୋନା ସମ୍ପର୍କରେ ଚିନ୍ତା କରୁଛନ୍ତି। ଏସମ୍ପର୍କରେ ଏସିଆନ୍‌ ଜର୍ନାଲ୍‌ ଅଫ୍‌ ସାଇକାଇଟ୍ରିରେ ଏକ ରିପୋର୍ଟ ପ୍ରକାଶ ପାଇଛି। ସେହିପରି ଆମେରିକାରେ ୪୫ ପ୍ରତିଶତ ଲୋକଙ୍କ ମାନସିକ ସ୍ଥିତି କରୋନା ଯୋଗୁ ଖରାପ ହୋଇଯାଇଥିବା କେଜର ଫ୍ୟାମିଲି ଫାଉଣ୍ଡେଶନ ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ ହୋଇଛି। ବ୍ରିଟେନ୍‌ର ଶେଫିଲ୍ଡ୍‌ ଏବଂ ଅଲ୍ସଟର ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରରେ ଦର୍ଶାଯାଇଛି ଯେ, ଲକ୍‌ଡାଉନ୍‌ ଯୋଗୁ ସାରା ପୃଥିବୀର ୩୮ ପ୍ରତିଶତ ଲୋକ ମାନସିକ ରୋଗଗ୍ରସ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଭାରତର କେରଳରେ ଲକ୍‌ଡାଉନ୍‌ ଜାରି ହେବାର ପ୍ରଥମ ୧୦୦ ଘଣ୍ଟା ମଧ୍ୟରେ ୭ ଜଣ ଲୋକ ଆତ୍ମହତ୍ୟା କରିଥିଲେ। ମଦ ଦୋକାନ ବନ୍ଦ ହେବାରୁ ଲୋକେ ଏଭଳି କରିଥିବା ଜଣାପଡ଼ିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କିଛି ଲୋକଙ୍କ ପାଇଁ ଆଇନ ବ୍ୟବସ୍ଥା କୋହଳ କରିଥିଲେ। ଡାକ୍ତରଙ୍କ ଦ୍ୱାରା ଲିଖିତ ଅନୁମତି ପତ୍ର ଦେଖାଇଲେ ସେମାନଙ୍କୁ ମଦ ଦିଆଯିବାର ବ୍ୟବସ୍ଥା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri