କରୋନା ମହାମାରୀ ଯୋଗୁ ଆମେରିକାରେ ୨୨ ଲକ୍ଷ, ବ୍ରିଟେନ୍‌ରେ ୫ ଲକ୍ଷଙ୍କ ହୋଇପାରେ ମୃତ୍ୟୁ : ଗବେଷଣା ରିପୋର୍ଟ !

ଲଣ୍ଡନ,୧୮।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୧୬୫ ଦେଶରେ ପହଞ୍ଚିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ମର୍ମରେ ଇଂଲଣ୍ଡର ଲଣ୍ଡନ ଇମ୍ପାରିଆଲ କଲେଜର ଗବେଷକଙ୍କ ପକ୍ଷରୁ କରାଯାଇଥିବା ଏକ ପୂର୍ବାନୁମାନ ଗବେଷଣା ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଦର୍ଶାଯାଇଛି କରୋନାକୁ ରୋକିବାରେ ଅସଫଳ ହେଲେ ଏହାଯୋଗୁ ଆମେରିକାର ୨୨ ଲକ୍ଷରୁ ଅଧିକ ଲୋକଙ୍କ ମୃତ୍ୟୁ ହେବାର ଆଶଙ୍କା ରହିବ। ସେହିପରି ବ୍ରିଟେନ୍‌ର ୫ ଲକ୍ଷରୁ ଅଧିକ ଲୋକଙ୍କର ଏହି ମହାମାରୀ ଯୋଗୁ ମୃତ୍ୟୁ ହେବାର ଆଶଙ୍କା ରହିଥିବା ରିପୋର୍ଟରେ କୁହାଯାଇଛି। ମ୍ୟାଥମେଟିକାଲ ବାୟୋଲୋଜି ପ୍ରଫେସର ନେଲ୍‌ ଫେରଗୁସନ୍‌ଙ୍କ ନେତୃତ୍ୱରେ ହୋଇଥିବା ଏହି ପୂର୍ବାନୁମାନ ଗବେଷଣା ରିପୋର୍ଟ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ରିପୋର୍ଟ ଆଧାରରେ ବ୍ରିଟେନ୍‌ ସରକାର ସାମାଜିକ କ୍ଷେତ୍ରରେ କଡ଼ା କଟକଣା ଜାରି କରିଛନ୍ତି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ବୋରସ୍‌ ଜନସନ୍‌ କ୍ୱାରାଣ୍ଟାଇନ୍‌ ପ୍ରକ୍ରିୟା ଉପରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri