କରୋନା ମାଡ, ସ୍ଥାଣୁ ପାଲଟିଛି ରଙ୍ଗତୁଳୀ

ଜୁନାଗଡ,୧୨।୪(ଡି.ଏନ୍‌.ଏ.)-ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ସରକାର ଲକ୍‌ଡାଉନ ଜାରି କରିଛନ୍ତି। ଏହାର ପ୍ରଭାବରେ ଅନେକ ଲୋକ ନିଜ ଜୀବିକା ହରାଇ ବସିଛନ୍ତି। ଫଳରେ ସେମାନଙ୍କ ଚଳିବା ଏବେ କଷ୍ଟକର ହୋଇପଡିଛି। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଚିତ୍ରକର,ରଙ୍ଗତୂଳୀ ଶିଳ୍ପୀ କାରିଗରଙ୍କ କ୍ଷେତ୍ରରେ। ରଙ୍ଗତୂଳୀ ମାଧ୍ୟମରେ ନିଜ ସଂସାର ଚଳାଉଥିବା ଏମାନଙ୍କ ଜୀବନଜୀବିକା ଏବେ କରୋନା ଯୋଗଁୁ ଦୁର୍ବିସହ ହୋଇପଡିଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାର ଶତାଧିକ ରଙ୍ଗତୁଳୀ ଶିଳ୍ପୀ, ମୂର୍ତ୍ତି କାରିଗର, ଯାନବାହାନ ଷ୍ଟିକରିଂ କରୁଥିବା କାରରଗର ଏବେ ଲକ୍‌ଡାଉନ କଟକଣା ଯୋଗଁୁ ଜୀବିକା ହରାଇ ଘରେ ବସିଛନ୍ତି। ବିବାହ, ବ୍ରତ ପରି ମାଙ୍ଗଳିକ କାର୍ଯ୍ୟ, ସରକାରୀ ଓ ବେସରକାରୀ ବିଜ୍ଞାପନ ଓ ସାଇନ ବୋର୍ଡ କରି ସେମାନେ ନିଜ ପରିବାର ପ୍ରତିପୋଷଣ କରିଥାନ୍ତି। ସରକାର ୨୧ଦିନର ଲକ୍‌ଡାଉନ ପରେ ପୁନର୍ବାର ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଯାହାଫଳରେ ସେମାନଙ୍କ ପରିବାର ଚଳିବା ଏବେ କଷ୍ଟକର ହୋଇପଡିଛି। ସରକାର ଏଥିପ୍ରତି ଦୃଷ୍ଟିଦେଇ ଏହି କାରୀଗରମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାପାଇଁ ଜିଲା ଚିତ୍ରଶିଳ୍ପୀ କଳାକାର ସଂଘ ସଭାପତି ହିମାଂଶୁ ଶେଖର ନାଏକ, ବରିଷ୍ଠ ଶିଳ୍ପୀ ଶ୍ରୀବନ୍ତ ଭାର, ଶିବଶଙ୍କର ମହାନନ୍ଦ ତଥା ଅନ୍ୟାନ କର୍ମକର୍ତ୍ତମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri