କରୋନା ମୁକାବିଲା: ଅଚାନକ ଆହାରକେନ୍ଦ୍ର ଯାଞ୍ଚ କଲେ ଉପଜିଲାପାଳ, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ

ଛତ୍ରପୁର,୧୪।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଏହାକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। କରୋନା ମୁକାବିଲା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବାବେଳେ ଲୋକମାନଙ୍କୁ ସଚେତନ ମଧ୍ୟ କରାଯାଉଛି। ଏପରିସ୍ଥଳେ ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲ ନିକଟରେ ଥିବା ଆହାର କେନ୍ଦ୍ରକୁ ଶନିବାର ଉପଜ଼ିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଅଚାନକ ପରିଦର୍ଶନରେ ଯାଇ ଯାଞ୍ଚ କରିଛନ୍ତି। ଆହାର କେନ୍ଦ୍ରରେ ଥିବା ସାନିଟାଇଜର ଠିକ୍‌ ଅଛି କି ନାହିଁ ଯାଞ୍ଚ କରିବା ପରେ ଖାଦ୍ୟର ମାନ ପରୀକ୍ଷା କରିଥିଲେ। ଆହାରକେନ୍ଦ୍ର ସଫାସୁତରା ରଖିବା ସହ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହି ଗସ୍ତ ସମୟରେ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀ ବିକ୍ରମ ଦୋରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri