କରୋନା ମୁକାବିଲା: ଏମଏଲଏ ଲ୍ୟାଡ ଜିଲାପାଳଙ୍କୁ ଦେଲେ ବିଧାୟକ

ଦାରିଙ୍ଗବାଡି,୨୫ା୩(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ବୁଧବାର ୨୦୨୦-୨୧ ଆର୍ଥିକ ବର୍ଷର ଏମଏଲଏ ଲ୍ୟାଡ ଜିଲା ପ୍ରଶାସନକୁ ଦେଇଛନ୍ତି। ଜିଲା ପ୍ରଶାସନ ନିଜ କ୍ଷମତାରେ ଏହାକୁ ଖର୍ଚ୍ଚ କରିବାକୁ ଜିଲାପାଳ ଡ.ବୃନ୍ଦା ଡି.ଙ୍କୁ ବିଧାୟକ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏମଏଲଏ ଲ୍ୟାଡକୁ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର ୪ ବ୍ଲକ୍‌ ଯଥା ଜି. ଉଦୟଗିରି, ଟିକାବାଲି, ରାଇକିଆ ଏବଂ ଦାରିଙ୍ଗବାଡିରେ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସଂଘରୋଧ ପ୍ରକୋଷ୍ଠ, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ସହ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକର ଜରୁରୀ ଆବଶ୍ୟକତା ପୂରଣ ପାଇଁ ଖର୍ଚ୍ଚ କରିବାକୁ ବିଧାୟକ ଚିଠିରେ ଉଲ୍ଲେଖ କରିଛନ୍ତି । ବିଧାୟକ ଏହି ଚିଠି ଦାରିଙ୍ଗବାଡି ବିଡିଓ ଡ. ଜଗଦୀଶ ଷଡଙ୍ଗୀଙ୍କ ଜରିଆରେ ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri