କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଏନ୍‌ଆଇସି ପ୍ରକୋଷ୍ଠରେ ଉପସ୍ଥିତ ରହି ଆଲୋଚନା ଓ ସମୀକ୍ଷାରେ ସାମିଲ ହୋଇଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହିତ ଆଲୋଚନା ବେଳେ ସେ ରାଜ୍ୟ ପାଇଁ ବିଭିନ୍ନ ଦାବି କରିଛନ୍ତି। ଓଡ଼ିଶା ସରକାର କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିସାରିଥିବା ବେଳେ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିସାରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୫ଶହରୁ ଊର୍ଦ୍ଧ୍ୱ ଶଯ୍ୟା ନିମନ୍ତେ କୋଭିଡ ହସ୍ପିଟାଲଗୁଡିକ ପ୍ରତିଷ୍ଠା ହୋଇସାରିଛି। ଆଗକୁ ୬ ହଜାର ବେଡ୍‌ ବୃଦ୍ଧି କରିବାକୁ ଯୋଜନା ରହିଛି। ଏଣୁ କରୋନ ମୁକାବିଲା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଯେଉଁ ଅନୁଦାନ ପ୍ରଦାନ କରାଯାଇଛି ତାହା ଅନ୍ୟ ରାଜ୍ୟ ତୁଳନାରେ କମ୍‌। ଏଣୁ ଏହି ଅନୁଦାନକୁ ବୃଦ୍ଧି କରିବାକୁ ସେ ଦାବି କରିଛନ୍ତି। ସେହିପରି ୫ ଲକ୍ଷ ପିପିଇ କିଟ୍‌ ସହ ଆରଟିପିସିଆର କିଟ୍‌, କ୍ୱାରାଣ୍ଟାଇନ ଟାବଲେଟ୍‌, ମାସ୍କ, ସାନିଟାଇଜର ଆଦି ପର୍ଯ୍ୟାପ୍ତ ପରିମାଣରେ ଯୋଗାଇ ଦେବାକୁ ଦାବି କରିଛନ୍ତି। ସେହିପରି ରାଜ୍ୟର ଅନୁସୁଚିତ ଜାତି ଓ ଜନଜାତି ଅଞ୍ଚଳ ପାଇଁ ସ୍ବତନ୍ତ୍ର ଗାଇଡ୍‌ ଲାଇନ ପ୍ରସ୍ତୁତକରି ପ୍ରତିଶେଧକ ବ୍ୟବସ୍ଥା କରିବାକୁ ମଧ୍ୟ ରାଜନ୍‌ୟ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri