କରୋନା ମୁକାବିଲା ଚିନ୍ତା: ପୁରୀ ଜିଲାପାଳଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଦେଶୀ ପର୍ଯ୍ୟଟକ ଆସିଲେ ଜଣାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୫।୩: କରୋନାକୁ ନେଇ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ଏକ ଗୁରୁତ୍ୱତ୍ପୂର୍ଣ୍ଣ ବୈଠକ କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ କରୋନାକୁ ନେଇ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା କରାଯାଇଛି। କୌଣସି ସ୍ଥାନରେ ଏକତ୍ରିତ ନ ହେବା, ହାତ ମିଳାଇବା ତଥା ଆଲିଙ୍ଗନ ନ କରିବାକୁ ଲୋକଙ୍କୁ ସଚେତନ କରାଯିବ। ସେହିଭଳି ହୋଟେଲଗୁଡ଼ିକୁ ଆଡ୍‌ଭାଇଜରି ଜାରି କରାଯାଇଛି। କୌଣସି ବିଦେଶୀ ପର୍ଯ୍ୟଟକ ଆସିଲେ ତୁରନ୍ତ ପୋଲିସକୁ ସୂଚନା ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ସଚେତନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ସେହିଭଳି କରୋନା ମୁକାବିଲାକୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବତନ୍ତ୍ର ଆଇସୋଲେଶନ ଓ୍ବାର୍ଡ କରାଯାଇଛି। ରୋଗକୁ ନେଇ ଭୟ କରନ୍ତୁ ନାହିଁ ବୋଲି ଜିଲାପାଳ ବୈଠକ ପରେ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଉମାଶଙ୍କର ଦାଶ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ନୀଳକଣ୍ଠ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri