କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଇତିମଧ୍ୟରେ ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ୩୬୫ଜଣ ଡାକ୍ତରଙ୍କୁ ରାଜ୍ୟ ସରକାର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ଦେଇଛନ୍ତି। ନୂତନଭାବେ ନିଯୁକ୍ତି ପାଇଥିବା ଏହି ଡାକ୍ତରମାନେ ତୁରନ୍ତ ନୂଆ ଚାକିରିରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ଜାରି ବିଜ୍ଞପ୍ତି ଅନୁସାରେ, ଆସିଷ୍ଟାଣ୍ଟ୍‌ ସର୍ଜନ ପାହ୍ୟାର ମୋଟ ୩୬୫ଜଣ ଡାକ୍ତରଙ୍କୁ ନିଯୁକ୍ତି ମିଳିଛି। ଏ ନେଇ ଓଡ଼ିଶା ଲୋକସେବା ଆୟୋଗ ଜାନୁୟାରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କୁ ସୁପାରିସ କରିଥିଲେ। କାର୍ଯ୍ୟରେ ଯୋଗଦେବା ପୂର୍ବରୁ ଆସନ୍ତା ୩୦ଦିନ ମଧ୍ୟରେ କର୍ତ୍ତୃପକ୍ଷଙ୍କ ନିକଟରେ ସାର୍ଟିଫିକେଟ୍‌ ଯାଞ୍ଚ ଶେଷ କରିବାକୁ କୁହାଯାଇଛି। ବର୍ତ୍ତମାନ ରାଜ୍ୟରେ ମୋଟ ୮୭୧୯ଟି ପଞ୍ଜୀକୃତ ଡାକ୍ତର ପଦବୀ ଥିବାବେଳେ ଏବେ ପ୍ରାୟ ୩୫୦୦ ଡାକ୍ତର ପଦବୀ ଖାଲି ପଡ଼ିଛି। ଏହି ନୂଆ ଡାକ୍ତରଙ୍କ ଯୋଗଦାନ ଆଗାମୀ ଦିନରେ କରୋନା ସଂକ୍ରମଣକୁ ମୁକାବିଲା କରିବାରେ ବିଶେଷଭାବେ ସହାୟକ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri