କରୋନା ମୁକାବିଲା ନେଇ ଓଡ଼ିଶା ପୋଲିସକୁ ଡିଜିଙ୍କ ପ୍ରଶଂସା

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ଲକଡାଉନ ଘୋଷଣା ପରେ ଓଡ଼ିଶା ପୋଲିସର କାର୍ଯ୍ୟ ବଢ଼ିଯାଇଛି। ଗତ ସପ୍ତାହରୁ ଧରି ଏଯାବତ ପୋଲିସମାନେ ଜଗିରହି ଲୋକଙ୍କୁ ସଚେତନ କରିବା ସହ ଘରୁ ନ ବାହାରିବା ପାଇଁ ଦିନରାତି ବୁଲି ପ୍ରଚାର କରୁଛନ୍ତି। ସେମାନଙ୍କ ଏଭଳି ନିଷ୍ଠା କାର୍ଯ୍ୟ ଓଡ଼ିଶାବାସୀଙ୍କ ମନ ଜିଣିଛି। ସେମାନେ ନିଜ ଜୀବନ ବାଜି ଲଗେଇ ସମାଜ ପାଇଁ କାମ କରୁଛନ୍ତି। ପୋଲିସଙ୍କ ଏଭଳି କାର୍ଯ୍ୟଶୈଳୀକୁ ଦେଖି ଅଭିନନ୍ଦନ ଜଣାଇଛନ୍ତି ପୋଲିସ ଡିଜି ଅଭୟ। ସେ ଆହୁରି କହିଛନ୍ତି ଯେ, ତାଲାବନ୍ଦ ୩ ସପ୍ତାହ ଚାଲିବ, କିନ୍ତୁ କରୋନା ଲଢ଼େଇ ୬ ମାସ ଚାଲିବ। ଓଡ଼ିଶାବାସୀଙ୍କ ସ୍ବାସ୍ଥ୍ୟ ଓ ଜୀବନ ରକ୍ଷା ପାଇଁ ଆମକୁ ଗୁରୁଦାୟିତ୍ୱ ମିଳିଛି । ଏ ନେଇ ଆମକୁ ଦୀର୍ଘ ସମୟ ପାଇଁ ସମର୍ପିତ ରହିବାକୁ ପଡ଼ିବ। ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟ, ଜୀବନ ରକ୍ଷା ଆମ ଦାୟିତ୍ୱ ବୋଲି ଡିଜିପି କହିଛନ୍ତି। କରୋନାକୁ ନେଇ ଆଜି ବି ଅନେକ ଲୋକ ଲକଡାଉନ ନିୟମକୁ ଉଲ୍ଲଂଘନ କରିଛନ୍ତି। ଦୁଇଦିନ ମଧ୍ୟରେ ରାଜ୍ୟରେ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୪୦୪ରୁ ଊଦ୍ଧର୍‌ବ ମାମଲା ରୁଜୁ ହୋଇଛି। ଲକ ଡାଉନ ଉଲ୍ଲଂଘନରେ ୩୮୦, ହୋମ କ୍ୱାରାଣ୍ଟାଇନ ନିୟମ ଭାଙ୍ଗି ୧୦ଟି ଏବଂ କୋଭିଡ-୧୯ ନିୟମ ଉଲ୍ଲଂଘନରେ ୧୪ଟି ମାମଲା ରୁଜୁ ହୋଇଛି। ଏଣିକି ଯେଉଁମାନେ ଲକଡାଉନ ନିୟମକୁ ମାନୁ ନାହାନ୍ତି ସେମାନଙ୍କ ବିରୋଧରେ କଡ଼ା କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri