କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ

ବନ୍ତ,୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ବଡବର୍ଚ୍ଚିକୟାଁ ପଞ୍ଚାୟତରେ କରୋନା ମୁକାବିଲା ନେଇ ଗ୍ରାମସଭାରେ କମିଟି ଗଠନ କରାଯାଇଛି। ଆପ୍ତିରା ସରକାରୀ ଉପ୍ରା ବିଦ୍ୟାଳୟ ପରିସରରେ ସରପଞ୍ଚ ବିଷ୍ଣୁ ମୋହନ ଜେନାଙ୍କ ଆବାହକତ୍ୱ ତଥା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସଙ୍ଗୀତାରାଣୀ ପାଣିଗ୍ରାହୀଙ୍କ ସଂଯୋଜନାରେ ଗ୍ରାମସଭା ବୈଠକ ଅନୁଷ୍ଠିତ ହୋଇଥିଲା। ଗ୍ରାମକୁ କିପରି କରୋନା ମୁକ୍ତ କରାଯାଇ ପାରିବ, ବାହାର ରାଜ୍ୟରୁ ଆସିବାକୁ ଥିବା ପ୍ରବାସୀ ଓଡିଆଙ୍କ ପଞ୍ଜୀକରଣ କିପରି କରାଯିବ, ଫେରିବା ପରେ ସଙ୍ଗରୋଧ ଗୃହରେ ସେମାନଙ୍କୁ ରଖାଯିବା ସମ୍ପର୍କରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମର ସଫଳ ରୂପାୟନ ନେଇ ଏକ କମିଟି ଗଠନ କରାଯାଇଥିଲା। ଉକ୍ତ କମିଟିରେ ସଭାପତି ବଟକୃଷ୍ଣ ରାଉତ, ସଭ୍ୟ ଭାବେ ମନମୋହନ ରାଉତ, ସୁରେଶ ଭାରତୀ, ବ୍ରଜମୋହନ ମହୁରୀ, ଧନେଶ୍ୱର ଯେନା, ଭଗବାନ ପାଢୀ, ପିତାମ୍ବର ପହି, ସୁରେନ୍ଦ୍ର ରାଉତ, ଆଶା କର୍ମୀ ପ୍ରତିଭା ମହୁରୀ, ଅଙ୍ଗନୱାଡି କର୍ମୀ ତୁଳସୀ ପେଡା ପ୍ରମୁଖ ରହିଥିଲେ ା ସମସ୍ତ କାର୍ଯ୍ୟରେ ପିଏଜି ଅକ୍ଷୟ ପଣ୍ଡା, ସିଏଫଡବ୍ଲ୍ୟୁଏସ୍‌ଡିର କାର୍ଯ୍ୟକାରୀ ସମ୍ପାଦକ ନୃସିଂହ ମହାନ୍ତି, ଯୁବ ଆଇନଜୀବୀ ବସନ୍ତ ଖିଲାର, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସୁରେଶ ଭାରତୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri