କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୩୧ ମାର୍ଚ୍ଚ ଯାଏ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ, ପରୀକ୍ଷା ଚାଲୁ ରହିବ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ସଂକ୍ରମଣ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଥିବା ବେଳେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକର କଲ୍‌ବୁର୍ଗୀରେ କରୋନାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବିଧାନସଭାରେ କରୋନାକୁ ରାଜ୍ୟ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି। ଏଥିସହ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ୩୧ ମାର୍ଚ୍ଚ ଯାଏ ବନ୍ଦ ରଖିବା ପାଇଁ ଘୋଷଣା କରିଛନ୍ତି। ଶିକ୍ଷାନୁଷ୍ଠାନ ବନ୍ଦ ରହିଲେ ବି ପରୀକ୍ଷା ଜାରି ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହିଭଳି ସିନେମା ହଲ୍‌, ସୁଇମିଂପୁଲ୍‌, ଜିମ୍‌, ସେମିନାର, ଓ୍ବାର୍କଶପ୍‌, ସମ୍ମିଳନୀ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଛଡ଼ା ବାହାଘର, ଧର୍ମୀୟ କାର୍ଯ୍ୟକ୍ରମ, ସଭାସମିତିକୁ ନିୟନ୍ତ୍ରଣ କରାଯିବ। ସାମାଜିକ କାର୍ଯ୍ୟକ୍ରମକୁ ସ୍ଥାନୀୟ ଅଧିକାରୀ ନିୟନ୍ତ୍ରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ କରୋନାକୁ ବିପର୍ଯ୍ୟୟ ପ୍ରଶମନ ଆଇନ ୨୦୦୫ ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଛି। ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ୨୦୦ କୋଟି ଟଙ୍କା ରଖିଛନ୍ତି। ଏଥିଲାଗି ଆବଶ୍ୟକ ଔଷଧ, ସରଞ୍ଜାମ ମହଜୁଦ ରଖିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିଲାଗି ମନ୍ତ୍ରୀସ୍ତରୀୟ ଓ ସଚିବସ୍ତରୀୟ କମିଟି ଗଠନ ହେବ। ମିଶନ ମୋଡ୍‌ରେ କରୋନା ମୁକାବିଲା କରାଯିବ। ସମସ୍ତେ ମୁକାବିଲା ପାଇଁ ପ୍ରସ୍ତୁତ ରହିବା, ଭୟଭୀତ ହେବା ନାହିଁ। ବାହାରେ ପାନଛେପ ପକାନ୍ତୁ ନାହିଁ। ଘରେ ରହିବା ସହ ଯଥାସମ୍ଭବ ଗହଳି ସ୍ଥାନରୁ ଦୂରେଇ ରୁହନ୍ତୁ। ଆବଶ୍ୟକ ମୁତାବକ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?