କରୋନା ମୁକାବିଲା ପାଇଁ ଆବଶ୍ୟକ ୧୦ ଲକ୍ଷ ଭେଣ୍ଟିଲେଟର: ଭାରତରେ ରହିଛି ୫୦ ହଜାର

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନା ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଗୁରୁତର କରୋନା ସଂକ୍ରମିତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ଏପରିସ୍ଥଳେ ଭାରତରେ ସମ୍ପ୍ରତି ୫୦ ହଜାର ଭେଣ୍ଟିଲେଟର ରହିଛି। କରୋନା ମୁକାବିଲା ଲାଗି ୧୦ ଲକ୍ଷ ଭେଣ୍ଟିଲେଟରର ଆବଶ୍ୟକତା ରହିଛି। ଭେଣ୍ଟିଲେଟର ଯୋଗାଡ଼ ନେଇ ସରକାରଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି। କେଙ୍ଗାଲୁରୁସ୍ଥିତ କମ୍ପାନୀ ଡାୟନାମେଟିକ୍‌, ଷ୍ଟାର୍ଟ ଅପ୍‌ ନୋକ୍କା ରୋବୋଟିକ୍ସ୍‌ ଏବଂ ନୂଆ ଦିଲ୍ଲୀସ୍ଥିତ କମ୍ପାନୀ ଅଗଓ୍ବା ହେଲଥ୍‌ କେୟାର ପକ୍ଷରୁ ଦେଶର ଭେଣ୍ଟିଲେଟର ଚାହିଦା ପୂରଣ ପାଇଁ ପ୍ରୟାସ କରାଯାଉଛି। କମ୍ପାନୀଗୁଡ଼ିକ ପକ୍ଷରୁ ଭେଣ୍ଟିଲେଟର ନିର୍ମାଣ ଜାରି ରହିଛି। ତେବେ ଲକ୍‌ ଡାଉନ୍‌ରେ କର୍ମଚାରୀ ଅଭାବ ଯୋଗୁ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କଷ୍ଟକର ହେଉଥିବା କୁହାଯାଉଛି। ଲକ୍‌ ଡାଉନ୍‌ ମଧ୍ୟରେ ସମସ୍ତ ଚିକିତ୍ସା ଉପକରଣ ପ୍ରସ୍ତୁତ କରି ରଖିବା ଲାଗି ସରକାର ଯୋଜନା କରିଥିଲେ। ଏପ୍ରିଲ୍‌ ମାସରେ ମାତ୍ର ୮ ଦିନରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ବଢ଼ିଛି। ଏହା ଜାରି ରହିଲେ ସ୍ଥିତି ଅସମ୍ଭାଳ ହେବ ବୋଲି କୋଲକାତାର ପିୟରଲେସ୍‌ ହସ୍ପିଟାଲର କ୍ଲିନିକାଲ ନିର୍ଦ୍ଦେଶକ ଶୁଭ୍ରଜ୍ୟୋତି ଭୌମିକ୍‌ ସୂଚନା ଦେଇଛନ୍ତି। ଯଦି ଭାରତର ୧୩୦ କୋଟି ଜନସଂଖ୍ୟା ମଧ୍ୟରୁ ୧୦ ପ୍ରତିଶତ କରୋନା ଦ୍ୱାରା ସଂକ୍ରମିତ ହୁଅନ୍ତି, ଏବଂ ସେମାନଙ୍କ ମଧ୍ୟରୁ ୧ ପ୍ରତିଶତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୁଏ ତେବେ ଏହାକୁ ଯୋଗାଇବା ଅସମ୍ଭବ ହୋଇ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri