କରୋନା ମୁକାବିଲା ପାଇଁ ଏମ୍‌ସିଏଲର ପ୍ରସ୍ତୁତି

ସମ୍ବଲପୁର, ୧।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବାକୁ ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ ପଦକ୍ଷେପ ଗ୍ରହଣ କରିଛି। କମ୍ପାନୀର ସମସ୍ତ କର୍ମଚାରୀ, ଠିକା କର୍ମଚାରୀ ଓ ଜନସାଧାରଣଙ୍କୁ ୨୯ ହଜାର ମାସ୍କ ବଣ୍ଟନ କରିଛି । ଏଥିସହ ଯନ୍ତ୍ରାଂଶ ଓ ଉପକରଣକୁ ସାନିଟାଇଜ୍‌ କରାଯାଇଛି । ଏମସିଏଲ ମୁଖ୍ୟାଳୟ ସହ ୨ଟି କୋଇଲା ଖଣି ଅଞ୍ଚଳରେ ହେଲପ୍‌ ଲାଇନ ବ୍ୟବସ୍ଥା ରହିଛି । ଅପରପକ୍ଷେ ଅନୁଗୋଳ ଜିଲା ତାଳଚେର ନେହେରୁ ଶତାନ୍ଦୀ କେନ୍ଦ୍ରୀୟ ଚିକିତ୍ସାଳୟରେ ୧୦୮ଟି ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ, ଝାରସୁଗୁଡା ଜିଲାର ଲଖନପୁର ଚିକିତ୍ସାଳୟରେ ୫୦ଟି କ୍ୱାରାଣ୍ଟାଇନ, ଝାରସୁଗୁଡା ଜିଲା କୋଇଲା ଖଣି କେନ୍ଦ୍ରୀୟ ଚିକିତ୍ସାଳୟରେ ୪ଟି, ସୁନ୍ଦରଗଡ ଜିଲା ବସୁନ୍ଧରାରେ ୨ଟି ଆଇସୋଲେସନ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ସେହିପରି ଭୁବନେଶ୍ୱର ସୋମ୍‌ ଡାକ୍ତରଖାନାରେ ୫ଶହଟି ଶଯ୍ୟା ବିଶିଷ୍ଟ କୋଭିଡ-୧୯ ୱାର୍ଡ ପ୍ରସ୍ତୁତ କରାଯାଇଛିକ୍‌, ଯେଉଁଥିରେ ୨୫ଟି ଆଇସିୟୁ ଉପଳବ୍ଧ ରହିଛି । କୋଭିଡ-୧୯ ଚିକିତ୍ସାଳୟ ଲାଗି ୨୫ଟି ଭେଣ୍ଟିଲେଟର୍‌ କିଣା ଯାଇଛି । ଏତତ୍‌ବ୍ୟତିତ ଏମସିଏଲର ୪ଟି ଡାକ୍ତରଖାନାରେ ୧୨୭ଟି ଅକ୍ସିଜେନ୍‌ ସିଲିଣ୍ଡର ଉପଲବ୍ଧ ରଖାଯାଇଛି । ସେହିଭଳି ଡାକ୍ତର ଓ ସ୍ବାସ୍ଥ୍ୟସେବା କର୍ମଚାରୀଙ୍କ ସକାଶେ ୪୨ଟି ବ୍ୟକ୍ତିଗତ ସୁରକ୍ଷା ଉପକରଣ, ୬ହଜାର ୧୬୬ଟି ମାସ୍କ ଓ ୨୦୧ଟି ସାନିଟାଇଜର ଉପଲବ୍ଧ ରହିଛି ବୋଲି ଜନସମ୍ପର୍କ ବିଭାଗ ପକ୍ଷରୁ ସୂଚୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri