କରୋନା ମୁକାବିଲା ପାଇଁ କେନ୍ଦ୍ରକୁ ରାଜ୍ୟର ପ୍ରସ୍ତାବ: ଏନ୍‌ଡିଆର୍‌ଏଫ୍‌ ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ କେନ୍ଦ୍ର ଖୋଲାଯାଉ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା କରିବା ପାଇଁ ରାଜ୍ୟରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ(ଏନ୍‌ଡିଆର୍‌ଏଫ୍‌) ଭଳି ସ୍ବାସ୍ଥ୍ୟ ବିପର୍ଯ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ସ୍ଥାପନ କରାଯାଉ, ଯଦ୍ଦ୍ବାରା ସ୍ବାସ୍ଥ୍ୟ ବିପର୍ଯ୍ୟୟ ସମୟରେ ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫଙ୍କୁ ଉଚିତ୍‌ ତାଲିମ ଦିଆଯାଇପାରିବ। ଗୁରୁବାର ରାଜ୍ୟ ଉଚ୍ଚକ୍ଷମତା ସମ୍ପନ୍ନ ମନ୍ତ୍ରୀସ୍ତରୀୟ କମିଟି କେନ୍ଦ୍ର ସରକାରଙ୍କୁ ଏହି ପ୍ରସ୍ତାବ ଦେଇଛି।
କରୋନା ମୁକାବିଲା ନେଇ ଗୁରୁବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟରେ ଆଗାମୀ ଦିନରେ ବହୁ ସଂଖ୍ୟାରେ କୋଭିଡ-୧୯ ପରୀକ୍ଷା କରାଯିବ। ଏଥିସହିତ ରାଜ୍ୟରେ ଥିବା ସମସ୍ତ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା ପରୀକ୍ଷା କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଗାମୀ ଦିନରେ ଗୋଷ୍ଠୀଗତ ବା ପୁଲ୍‌ ଟେଷ୍ଟ କରିବାକୁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। କେନ୍ଦ୍ର ସରକାର ମଧ୍ୟ ରାଜ୍ୟର ଏହି ପ୍ରସ୍ତାବକୁ ଗ୍ରହଣ କରିଛନ୍ତି। ଏବେ ବୁର୍ଲା ମେଡିକାଲରେ ଟେଷ୍ଟିଂ କେନ୍ଦ୍ର ଖୋଲାଯାଇଛି। ଆଗାମୀ ଦିନରେ ଏହାକୁ ବୃଦ୍ଧି କରିବାକୁ କୁହାଯାଇଛି। ଆଉ ଦୁଇଟି ଟେଷ୍ଟିଂ କେନ୍ଦ୍ର ଯୋଗାଇ ଦେବାକୁ ଦାବି କରାଯାଇଥିବା ନବ କହିଛନ୍ତି। ପୂର୍ବରୁ ଦିନକୁ ମାତ୍ର ୧୦୦ନମୁନା ପରୀକ୍ଷା ହେଉଥିଲା। ଏବେ ୧ହଜାରରୁ ୨ହଜାର ନମୁନା ପରୀକ୍ଷା କରାଯାଉଛି। ଆଗାମୀ ଦିନରେ ଏହାକୁ ୨ରୁ ୩ ହଜାରକୁ ବୃ୍‌ଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହିତ ରୋଗ ପ୍ରତିରୋଧକ ଶକ୍ତି ଗବେଷଣା କେନ୍ଦ୍ର ସ୍ଥାପନ କରିବା ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଛି। ରାଜ୍ୟରେ ମେଡିକାଲ ଉପକରଣ ପ୍ରସ୍ତୁତ କାରଖାନା ସ୍ଥାପନ କରିବା ନେଇ ମଧ୍ୟ ବୈଠକରେ ପ୍ରସ୍ତାବ ଦିଆଯାଇଛି। ରାଜ୍ୟରେ ତାଲିମ ଓ ଦକ୍ଷତା ବୃଦ୍ଧିକୁ କିପରି ଅଧିକ ତ୍ୱରାନ୍ବିତ କରାଯାଇ ପାରିବ ସେ ନେଇ ବୈଠକରେ ଆଲୋଚନା ହୋଇଥିବା ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri