କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଏହାକୁ ୬ଜଣ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ବରିଷ୍ଠ ଅଧିକାରୀମାନେ ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ କାର୍ଯ୍ୟ କରିବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର ଉତ୍ତର ଜୋନ୍‌ର ଦାୟିତ୍ୱରେ ଏସ୍‌ସି/ଏସ୍‌ଟି ଉନ୍ନୟନ ସଚିବ ରଞ୍ଜନା ଚୋପ୍ରା ଓ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ଥିବା ବେଳେ ଦକ୍ଷିଣ-ପୂର୍ବ ଜୋନ୍‌ ଦାୟିତ୍ୱ ଅବକାରୀ ସଚିବ ସୁଶୀଲ ଲୋହାନୀ ଓ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଦିଆଯାଇଛି। ସେହିଭଳି ଦକ୍ଷିଣ-ପଶ୍ଚିମ ଜୋନ୍‌ର ଦାୟିତ୍ୱ ଭାସ୍କର ଜ୍ୟୋତି ଶର୍ମା ଓ ଅର୍ଥ ସଚିବ ଅଶୋକ ମୀନାଙ୍କୁ ଦିଆଯାଇଛି।
ଉପରୋକ୍ତ ଅଧିକାରୀମାନେ କଣ୍ଟେନମେଣ୍ଟ ଦାୟିତ୍ୱରେ ରହିବେ। ଭୁବନେଶ୍ୱରରେ ଯେପରି କରୋନା ନ ବ୍ୟାପିବ ସେଥିପ୍ରତି ଦୃଷ୍ଟି ଦେବେ। ଯେଉଁ ଅଞ୍ଚଳରେ କରୋନା ପଜିଟିଭ ମିଳିବ ସେଠାରେ କଣ୍ଟାକ୍ଟ ଟ୍ରେସିଂ ଓ ଘରକୁ ଘର ସର୍ଭେ କାର୍ଯ୍ୟରେ ତଦାରଖ କରିବେ। ସେହିଭଳି କଣ୍ଟେନମେଣ୍ଟ ଅଞ୍ଚଳରେ ଜରୁରୀ ସାମଗ୍ରୀ ଯୋଗାଇବା କଥା ମଧ୍ୟ ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri