କରୋନା ମୁକାବିଲା ପାଇଁ ଶିକ୍ଷୟତ୍ରୀ, ଶିକ୍ଷକଙ୍କୁ ତାଲିମ

ସମ୍ବଲପୁର,୧୦।୪(ବ୍ୟୁରୋ): ସମ୍ବଲପୁରର ବିଭିନ୍ନ ସ୍କୁଲର ଶିକ୍ଷୟିତ୍ରୀ, ଶିକ୍ଷକମାନଙ୍କୁ କରୋନା ମୁକାବିଲା ପାଇଁ ନିୟୋଜିତ କରାଯିବ । ଏ ନେଇ ଶୁକ୍ରବାର ସହରର ୧୫ଟି ସ୍କୁଲରେ ଦୁଇ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରାୟ ୭୫୦ ଜଣ ଶିକ୍ଷୟିତ୍ରୀ, ଶିକ୍ଷକ ଏଥିରେ ତାଲିମ ନେଇଛନ୍ତି। ସେମାନଙ୍କୁ ନେଇ ୨୫ରୁ ୩୦ଟି ଗ୍ରୁପ୍‌ କରାଯିବ। ବିଭିନ୍ନ ସ୍ଥାନରେ ଏମାନେ କରୋନା ମୁକାବିଲା ପାଇଁ ସଚେତନ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଘର ଘର ଯାଇ ସ୍ଥାନୀୟ ଆଶା ଓ ଅଙ୍ଗନୱାଡି କର୍ମୀଙ୍କ ସହ ଆଲୋଚନା କରି ଜନସାଧାରଣଙ୍କୁ ସଚେତନ କରି ରିପୋର୍ଟ ସଂଗ୍ରହ କରିବେ।
ଏହି ମହାମାରୀର ମୁକାବିଲା ପାଇଁ କିନ୍ତୁ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ନିୟୋଜିତ କରିବା ନେଇ ବିଭିନ୍ନ ମହଲରେ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ ପାଇଛି । ଏପରି ସ୍ଥିତିରେ ଘରୁ ବାହାରିବା ପାଇଁ ମନା କରାଯାଇଥିବା ବେଳେ ପୁଣି ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ବାହାରକୁ ଆସି କାମ କରିବା ଯୁକ୍ତିଯୁକ୍ତ ନୁହେଁ ବୋଲି ଅଭିଯୋଗ ହୋଇଛି। ଏ ନେଇ ମହେନ୍ଦ୍ର ମିଶ୍ର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅଭିଯୋଗ କରିଛନ୍ତି । ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି । ଘରେ ରହନ୍ତୁ ସୁରକ୍ଷିତ ରୁହନ୍ତୁ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଜନସାଧାରଣଙ୍କୁ ବାର୍ତ୍ତା ଦେଉଛନ୍ତି । କରୋନା ମୁକାବିଲା ପାଇଁ ଜିଲାର ସମସ୍ତ ଜନସାଧାରଣ ଏବେ ସଚେତନ ହୋଇ ସାରିଛନ୍ତି । ଏଥିପାଇଁ ପୋଲିସ, ସ୍ବାସ୍ଥ୍ୟ ବିଭାଗ, ଆଶା ଓ ଅଙ୍ଗନୱାଡି କର୍ମୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରି ସଚେତନ କରିଛନ୍ତି । ବିଭିନ୍ନ ସୋସିଆଲ ମିଡିଆ ଓ ଟିଭି ମାଧ୍ୟମରେ ଜନସାଧାରଣ ସଚେତନ ହୋଇସାରିଛନ୍ତି । ସ୍ବାସ୍ଥ୍ୟ ବିଭାଗରୁ ମଧ୍ୟ ସମସ୍ତ ରିପୋର୍ଟ ସଂଗ୍ରହ କରାଯାଉଛି । ଏ ପରିପ୍ରେକ୍ଷୀରେ ପୁଣି ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରି ଜୀବନ ବିପଦକୁ ଠେଲି ଦିଆଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି । ସେହିପରି କଳା ପରିଷଦ ସଦସ୍ୟ ସଞ୍ଜୀବ ମିଶ୍ର ମଧ୍ୟ ଅଭିଯୋଗ କରିଛନ୍ତି । ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ପରିବାର ପରିଜନ ମଧ୍ୟ ଏଭଳି ନିଷ୍ପତ୍ତିକୁ ଭୟରେ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ...

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ...

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ...

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ...

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri