କରୋନା ମୁକାବିଲା ପାଇଁ ସହାୟତା

ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ଏହି ରାଶି ବଡ଼ସାହି ବିଡ଼ିଓ ଦିଲୀପ କୁମାର ମହାରଣାଙ୍କ ଜରିଆରେ ଚେକ ମାଧ୍ୟମରେ ପ୍ରଦାନ କରାଯାଇଛି। ସାରା ବିଶ୍ବରେ କରୋନା ଭୂତାଣୁ ମହାମାରୀ ଭାବେ ନିଜର କାୟା ବିସ୍ତାର କରି ଚାଲିଛି। ଏହାର ମୁକାବିଲା ପାଇଁ ଭାରତ ସରକାରଙ୍କ ରିଲିଫ ଫଣ୍ଡକୁ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ କାର୍ଯ୍ୟରତ ସମସ୍ତ ଗୁରୁମା ଗୁରୁଜୀ ଓ କର୍ମଚାରୀମାନେ ଦିନକର ଦକ୍ଷିଣା ଦେବାକୁ ସ୍ଥିର କରିଥିଲେ। ପରିଚାଳନା କମିଟିର ସମସ୍ତ ସଦସ୍ୟ ଏବଂ ଶିଶୁ ମନ୍ଦିର ସହିତ ଜଡ଼ିତ ଥିବା କର୍ମକର୍ତ୍ତାମାନେ ମିଳିତ ଭାବେ ୧୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ପରିଚାଳନା କମିଟିର ସମ୍ପାଦକ ନୀଳାଦ୍ରି ବିହାରୀ ଦଣ୍ଡପାଟଙ୍କ ନେତୃତ୍ୱରେ ଉପସଭାପତି ରସାନନ୍ଦ ବଳା, ପ୍ରଧାନ ଆଚାର୍ଯ୍ୟ ଶାଶ୍ବତୀ ଦାସ ମହାପାତ୍ର, ଗୁରୁମା ଏମ ପୁଲସ୍ତମୀ ପ୍ରମୁଖ ଉପସ୍ଥିତ ରହି ଏହି ସହାୟତା ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri